ପୁରୀରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

add-all

ପୁରୀ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ପୁରୀ ଗସ୍ତ କରି ସମୀକ୍ଷା ବୈଠକ କରିଛନ୍ତି। ଶୃଙ୍ଖଳିତ ଯାତ୍ରା, ଦର୍ଶନ ଓ ବ୍ୟବସ୍ଥା ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଶରଧାବାଲି ଅଘଟଣକୁ ନେଇ ମଧ୍ୟ ବୈଠକରେ ଆଲୋଚନା ହୋଇଥିବା ଜଣାପଡ଼ିଛି। ବାହୁଡ଼ାଯାତ୍ରା, ସୁନାବେଶ, ଅଧରପଣା ଏବଂ ନୀଳାଦ୍ରି ବିଜେ ନେଇ ଆଲୋଚନା ହୋଇଛି।
ବୈଠକରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ ଡିଜି ଯୋଗେଶ ବାହାଦୂର ଖୁରାନିଆ, ଅଗ୍ନିଶମ ଡିଜି, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତାଙ୍କ ସହ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଅଛନ୍ତି।

ad-week
Leave A Reply

Your email address will not be published.