ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଘୋଷଣା, ପୁରୀ ହେବ ମହାନଗର ନିଗମ

youtube

ପୁରୀ : ବଢିବ ପୁରୀର କଳେବର ।  ମହାନଗର ନିଗମ ହେବ ଜଗନ୍ନାଥ ଧାମ ପୁରୀ ।  ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଲେ ଘୋଷଣା ।  କ୍ରମ ବର୍ଦ୍ଧିଷ୍ଣୁ ଜନସଂଖ୍ୟା ସହିତ ବର୍ଷ ସାରା ସହରକୁ ଆସୁଥିବା ଭକ୍ତ ଏବଂ ପର୍ଯ୍ୟଟକଙ୍କୁ ଗୁଣାତ୍ମକ ସୁବିଧା ଯୋଗାଇବା ପାଇଁ, ପୁରୀ ପୌରପାଳିକାକୁ ମହାନଗର ନିଗମରେ ପରିଣତ କରିବା ପାଇଁ ଘୋଷଣା କରିଛନ୍ତି ମୋହନ ମାଝୀ ।

ପୁରୀ ସହର ଏବଂ ଆଖପାଖ ଅବସ୍ଥିତ ଗ୍ରାମ ପଞ୍ଚାୟତକୁ ସାମିଲ କରି ପୁରୀ ମହାନଗର ନିଗମ ଗଠିତ ହେବ ।  ପୁରୀ ସଦର ଏବଂ ବ୍ରହ୍ମଗିରି ବ୍ଲକର ପ୍ରାୟ ସାତରୁ ଆଠଗୋଟି ଗ୍ରାମ ପଞ୍ଚାୟତକୁ ସାମିଲ କରାଯିବ ।  ଫଳରେ ପଞ୍ଚାୟତବାସୀ ସହର ପରି ସୁବିଧା ପାଇ ପାରିବେ ।

ଆସନ୍ତା କାଲି ଠାରୁ ଏହ ସମ୍ବନ୍ଧୀୟ ସମସ୍ତ ପ୍ରକ୍ରିୟା ଆରମ୍ଭ କରାଯିବ ।  ପୁରୀକୁ ଦେଶର ସର୍ବଶ୍ରେଷ୍ଠ ଧର୍ମୀୟ ଓ ପର୍ଯ୍ୟଟନସ୍ଥଳ ଭାବେ ଗଢି ତୋଳିବାକୁ ସରକାର ବଦ୍ଧପରିକର ।  ଏଥିପାଇଁ ଅନେକ ନୂତନ ପ୍ରକଳ୍ପର ନିର୍ମାଣ ଏବଂ ରକ୍ଷଣାବେକ୍ଷଣର ଅବଶ୍ୟକତା ରହିଛି ।

ପୁରୀରେ ବିଶ୍ବସ୍ତରୀୟ ଶ୍ରୀଜଗନ୍ନାଥ ସଂଗ୍ରହାଳୟ ପ୍ରତିଷ୍ଠା କରାଯିବ ।  ପାଠାଗାର ଓ ଗବେଷଣାଗାର ମଧ୍ୟ ପ୍ରତିଷ୍ଠା କରାଯିବ ।  ଅଡିଟୋରିୟମ ସହ ମୁକ୍ତାକାଶ ରଙ୍ଗମଞ୍ଚ ନିର୍ମାଣ କରାଯିବ ।  ୨୦୩୬ ସୁଦ୍ଧା ପୁରୀକୁ ଦେଶର ଏକ ମୁଖ୍ୟ ଧର୍ମୀୟ ଓ ପର୍ଯ୍ୟଟନ ସ୍ଥଳରେ ପରିଣତ କରିବାକୁ ସରକାର ଲକ୍ଷ୍ୟ ରଖିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.