୨୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି

add-all

ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ରହିଛି ବର୍ଷା। ଆଉ ୩ ଦିନ ଯାଏଁ ଏଭଳି ସ୍ଥିତି ଜାରି ରହିବ। ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।ଆଉ ଏକ ଟର୍ଫ ଲାଇନ ଏହି ଘୂର୍ଣ୍ଣିବଳୟ ଉପର ଦେଇଯାଇଛି।

ଏହି ମୌସୁମୀ ଟର୍ଫ ଉତ୍ତର ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି । ଯାହାର ପ୍ରଭାବରେ ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷିବ। ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହି ଜିଲ୍ଲାଗୁଡିକ ମଧ୍ୟରେ ରହିଛି ସୁନ୍ଦରଗଡ଼, ଝାରସୁଗୁଡା , ସମ୍ବଲପୁର,ଦେଓଗଡ଼, ବୌଦ୍ଧ, ସୋନପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର,ବରଗଡ଼, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲା । ତେବେ ଏହି ଜିଲ୍ଲାମାନଙ୍କରେ ବଜ୍ରପାତ ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ସେହିପରି ୬ ତାରିଖ ଯାଏଁ ଅତିରୁ ଅତି ପ୍ରବଳ ବର୍ଷା ଲାଗି ରହିବ ବୋଲି ଆଶଙ୍କା କରାଯାଇଛି।

ad-week
Leave A Reply

Your email address will not be published.