ଆଦାନୀ ଓ ତାଙ୍କ ପରିବାର ପାଇଁ ରଥକୁ ରୋକାଗଲା : ରାହୁଲ

youtube

ଭୁବନେଶ୍ବର: ଆଜି କଂଗ୍ରେସ ପକ୍ଷରୁ ବରମୁଣ୍ଡା ପଡ଼ିଆରେ ଆୟୋଜିତ ‘ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ ମହାସମାବେଶରେ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଯୋଗଦେଇଛନ୍ତି । ରାଜ୍ୟରେ ବିଜେପି ସରକାର ଆସିବା ପରେ ଏହା ରାହୁଲଙ୍କ ପ୍ରଥମ ଓଡ଼ିଶା ଗସ୍ତ । ଏହି ଅବସରରେ ସେ ପୁରୀ ରଥଯାତ୍ରା ଅଘଟଣକୁ ନେଇ ଓଡ଼ିଶାର ବିଜେପି ସରକାରଙ୍କୁ ଟାର୍ଗେଟ କରିଛନ୍ତି ।

ରାହୁଲ ଗାନ୍ଧୀ କହିଛନ୍ତି ଯେ, ଏଥର ରଥ ଟଣା ବେଳେ ଏକ ହାଇଡ୍ରାମା ହେଲା । ଆଦାନୀ ଓ ତାଙ୍କ ପରିବାର ପାଇଁ ରଥକୁ ରୋକାଗଲ । ତେଣୁ ଆପଣମାନେ ବୁଝିଯାଆନ୍ତୁ ବିଜେପି ସରକାର ଆଦାନୀ ଭଳି ଉଦ୍ୟୋଗପତିଙ୍କ ସ୍ୱାର୍ଥ ପାଇଁ କାମ କରୁଛନ୍ତି । ଏହା ଆପଣଙ୍କ ସରକାର ନୁହେଁ, ଆଦାନୀଙ୍କ ସରକାର ବୋଲି ରାହୁଲ କହିଛନ୍ତି ।

ଅନ୍ୟପଟେ, ଡ୍ରାଇଭର ଆନ୍ଦୋଳନ ପ୍ରସଙ୍ଗ ଉଠାଇ ସରକାରଙ୍କୁ ରାହୁଲଙ୍କ ଟାର୍ଗେଟ୍ କରିଛନ୍ତି । ସେ କହିଛନ୍ତି, ଡ୍ରାଇଭର ମହାସଂଘ ଉପରେ ଚାପ ପକାଯାଇଥିଲା । ସମାବେଶକୁ ଭଣ୍ଡୁର କରିବାକୁ ଉଦ୍ୟମ କରାଯାଇଥିଲା । କିନ୍ତୁ ଡ୍ରାଇଭର ମହାସଂଘ ସେମାନଙ୍କ କଥା ଶୁଣିଲେନି । ଏଥିପାଇଁ ଡ୍ରାଇଭର ମହାସଂଘକୁ ହୃଦୟରୁ ଧନ୍ୟବାଦ ଜଣାଉଛି । ସରକାର ଡ୍ରାଇଭରଙ୍କ ଦାବି ପୂରଣ କରିବା ଉଚିତ୍ ବୋଲି ରାହୁଲ ସମାବେଶରେ କହିଛନ୍ତି ।

Leave A Reply

Your email address will not be published.