ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜ୍ୟର ବିକାଶ ଏବଂ ଭବିଷ୍ୟତ ରଣନୀତି ସମ୍ବନ୍ଧୀୟ ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି।

ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ‘ଏକ୍ସ’ରେ ସୂଚନା ଦେଇଛନ୍ତି। ଆଜି ମୋଦିଙ୍କୁ ଭେଟି ଓଡ଼ିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ, ଭବିଷ୍ୟତ କାର୍ଯ୍ୟପନ୍ଥା, କେନ୍ଦ୍ର ରାଜ୍ୟ ସୁସମନ୍ଵୟ ତଥା ରାଜ୍ୟର ସାମଗ୍ରିକ ବିକାଶକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। କେନ୍ଦ୍ର ଓ ରାଜ୍ୟ ମିଳିତ ଭାବେ ସମୃଦ୍ଧ ଓଡ଼ିଶା, ବିକଶିତ ଭାରତର ଲକ୍ଷ୍ୟ ହାସଲ କରିବା ନିମନ୍ତେ ପ୍ରତିଶ୍ରୁତିବଦ୍ଧ। ଓଡ଼ିଶାର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରେରଣା ଓ ଅତୁଟ ସମର୍ଥନ ନିମନ୍ତେ କୃତଜ୍ଞ।

ଉଲ୍ଲେଖଯୋଗ୍ୟ, ମୁଖ୍ୟମନ୍ତ୍ରୀ ଶୁକ୍ରବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଥିଲେ। ଏହି ଅବସରରେ ଦୁହେଁ ଦେଶର ପ୍ରତିରକ୍ଷା କ୍ଷେତ୍ର ଏବଂ ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନା ସହିତ ଜଡିତ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ।

ad-week
Leave A Reply

Your email address will not be published.