
ଭୁବନେଶ୍ୱର : ଏମ୍ସ ଯାଇ ବାଲେଶ୍ୱର ପୀଡ଼ିତା ଛାତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀରୁ ଫେରିବା ପରେ ସିଧାସଳଖ ଏମସକୁ ଯାଇ ପୀଡ଼ିତାଙ୍କୁ ଭେଟିଛନ୍ତି । ସ୍ବାସ୍ଥ୍ୟାବସ୍ଥା ବାବଦରେ ପଚାରି ବୁଝିବା ସହ ଡାକ୍ତରୀ ଦଳ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓ ମଧ୍ଯ ଯାଇ ପୀଡ଼ିତାଙ୍କୁ ଭେଟିଛନ୍ତି । ପୀଡ଼ିତାଙ୍କୁ ଉନ୍ନତମାନର ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିପରି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯବଂଶୀ ସୂରଜ ମଧ୍ୟ ପୀଡ଼ିତାଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ।