ଏଫ୍‌ଏମ୍ କଲେଜର ନିଲମ୍ବିତ ଅଧ୍ୟକ୍ଷ ଗିରଫ

add-all

ଭୁବନେଶ୍ବର: ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ନିଜ ଜୀବନ ନେବାକୁ ଉଦ୍ୟମ କରିବା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନିଲମ୍ବିତ କଲେଜ ଅଧ୍ୟକ୍ଷ ଦିଲୀପ କୁମାର ଘୋଷ ଗିରଫ ହୋଇଛନ୍ତି। ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ଗଠିତ ହୋଇଥିବା ଉଚ୍ଚସ୍ତରୀୟ କମିଟିର ଅନ୍ତରୀଣ ରିପୋର୍ଟ ଆଧାରରେ ନିଲମ୍ବିତ ଅଧ୍ୟକ୍ଷ ଦିଲୀପ କୁମାର ଘୋଷଙ୍କୁ ଗିରଫ କରାଯାଇଛି।
ରବିବାର ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ କାଳୀ ପ୍ରସନ୍ନ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟକୁ ଯାଇ ପ୍ରାଥମିକ ତଦନ୍ତ କରିଥିଲେ। ତଦନ୍ତ ରିପୋର୍ଟ ଆଧାରରେ ସୋମବାର ନିଲମ୍ବିତ କଲେଜ ଅଧ୍ୟକ୍ଷ ଦିଲୀପ କୁମାର ଘୋଷଙ୍କୁ ଗିରଫ କରାଯାଇଛି।

ad-week
Leave A Reply

Your email address will not be published.