ଓଡ଼ିଶାରେ ରାଷ୍ଟ୍ରପତି: ବିମାନବନ୍ଦରରେ ଭଗ୍ୟ ସ୍ବାଗତ

add-all

ଭୁବନେଶ୍ୱର,୧୪ା୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇଲେ ଥିଲେ। ସେଠାରେ ତାଙ୍କୁ ଭଗ୍ୟ ସ୍ବାଗତ କରାଯାଇଥିଲା।

ସୋମବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି। ସନ୍ଧ୍ୟାରେ ରାଷ୍ଟ୍ରପତି ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ) ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ ଯୋଗଦେବେ। ଏହାପରେ ସେ ରାଜଭବନରେ ରାତ୍ରିଯାପନ କରିବେ। ୧୫ ତାରିଖ ପୂର୍ବାହ୍ନରେ ସେ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ଏହାପରେ ସେ କଟକର ରେଭେନ୍ଶା ବାଳିକା ଉଚ୍ଚ ବିଦ୍ୟାଳୟ ଉନ୍ନତୀକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଅପରାହ୍ନରେ କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ଭବନ ଯାଇ ଆଦିକବି ସାରଳା ଦାସଙ୍କ ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ହେବାକୁ ଥିବା ସାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିବା ସହିତ କଳିଙ୍ଗ ପୁରସ୍କାର ୨୦୨୪ ପ୍ରଦାନ କରିବେ। ମଙ୍ଗଳବାର ସନ୍ଧ୍ୟାରେ ସେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।

ad-week
Leave A Reply

Your email address will not be published.