ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ପ୍ରଭାତୀ ପରିଡ଼ାଙ୍କ ପ୍ରତିକ୍ରିୟା: ଦୋଷୀକୁ ମିଳିବ କଠୋର ଦଣ୍ଡ

youtube

ଭୁବନେଶ୍ୱର : ମୃତ୍ୟୁ ସହ ସଂଗ୍ରାମ କରି ବାଲେଶ୍ୱର ଏଫଏମ୍ କଲେଜର ପୀଡିତାଙ୍କ ଦେହାନ୍ତ ହୋଇଛି । ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ରାତି ୧୧.୪୬ରେ ତାଙ୍କର ମୃତ୍ୟୁ ହୋଇଛି । ଏନେଇ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି । ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଦୋଷୀକୁ କଠୋର ଦଣ୍ଡ ମିଳିବ । ଆଶା କରିଥିଲୁ ଝିଅ ବଞ୍ଚିଯିବ ବୋଲି, କିନ୍ତୁ ସମ୍ଭବ ହେଲାନି । ଯେଉଁମାନେ ବି ଏହି ଘଟଣାରେ ସଂପୃକ୍ତ ଅଛନ୍ତି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।

ସୂଚନାଯୋଗ୍ୟ, ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଜୀବନ ହରିବାକୁ ଉଦ୍ୟମ କରି ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ଥିଲେ ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଦ୍ୱିତୀୟ ବର୍ଷ ଛାତ୍ରୀ ସୌମ୍ୟାଶ୍ରୀ ବିଶି । ସୋମବାର ରାତି ୧୧ଟା ୪୬ମିନିଟରେ ମୃତ୍ୟୁ ଘଟିଛି । ଛାତ୍ରୀଙ୍କ ମୃତ୍ୟୁ ପରେ ବିଳମ୍ବିତ ରାତିରେ ମୃତଦେହର ବ୍ୟବଚ୍ଛେଦ କରାଯାଇଥିଲା । ପରିବାରଙ୍କ ସହମତିରେ ଭୁବନେଶ୍ୱର ଏମ୍‌ସରୁ ଭୋଗରାଇକୁ ମୃତଦେହ ନିଆଯାଇଛି ।

Leave A Reply

Your email address will not be published.