ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି-ବଜ୍ରପାତ ସମ୍ଭାବନା

add-all

ଭୁବନେଶ୍ବର: ଗତକାଲି ଠାରୁ ସକ୍ରିୟ ଥିବା ଅବପାତ ଦୁର୍ବଳ ହେଇ ଝାଡ଼ଖଣ୍ଡ ଏବଂ ବିହାର ଉପରେ ଅବସ୍ଥିତ ଅଛି। ଏହାରି ପ୍ରଭାବରେ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଆକଳନ କରାଯାଇଛି।

ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛ ଯେ, ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଧୀରେଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି। ମୟୂରଭଞ୍ଜ, କେଉଁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ସଂଜୀବ ଦ୍ବିବେଦୀ କହିଛନ୍ତି, ଯାଜପୁର, ନୂଆପଡା, ବଲାଙ୍ଗୀର, ସୁବର୍ଣ୍ଣପୁର, ଢେଙ୍କାନାଳ, ଅନୁଗୁଳ ଏବଂ ଦେବଗଡ଼ ଜିଲ୍ଲାକୁ ଏଲୋ ଆଲର୍ଟ ଜାରି କରାଯାଇଛି। ବ୍ରଜପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ପର୍ଯ୍ୟନ୍ତ ରହିବ। ଆସନ୍ତା ୧୯ତାରିଖ ପ୍ରଯ୍ୟନ୍ତ ବର୍ଷା ଲାଗିରହିବ।

ad-week
Leave A Reply

Your email address will not be published.