ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, FM କଲେଜରେ UGCର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍

youtube

ବାଲେଶ୍ୱର : ବାଲେଶ୍ବର FM କଲେଜ ଛାତ୍ରୀ ମୃତ୍ୟୁ ମାମଲାରେ ତଦନ୍ତ ଜୋର । FM କଲେଜରେ UGCର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ । ପ୍ରଫେସର ରାଜ କୁମାର ମିତ୍ତଲଙ୍କ ଅଧ୍ୟକ୍ଷତାରେ ୪ଜଣିଆ ଟିମ କଲେଜରେ ପହଞ୍ଚିଛନ୍ତି । ଟିମରେ ଅଛନ୍ତି ପ୍ରଫେସର ସୁଷମା ଯାଦବ, ଡକ୍ଟର ନିରଜା ଗୁପ୍ତା ଓ ୟୁଜିସିର ଯୁଗ୍ମ ସଚିବ ଡକ୍ଟର ଅସୀମା ମଙ୍ଗଲା ।  ଘଟଣାର ପାରିପାର୍ଶ୍ବିକ ସ୍ଥିତି ଯାଞ୍ଚ କରିବ ଟିମ୍ । କଲେଜରେ ଛାତ୍ରୀ ଜୀବନ ହାରିବା ଘଟଣାର ତଦନ୍ତ କରିବେ । ଉଚ୍ଚ ଶିକ୍ଷା ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଗଠିତ ହୋଇଛି ତଦନ୍ତ କମିଟି । ଜୁଲାଇ ୧୩ ତାରିଖରେ ଉଚ୍ଚସ୍ତରୀୟ କମିଟି ପ୍ରାଥମିକ ତଦନ୍ତ କରି ଅନ୍ତରୀଣ ରିପୋର୍ଟ ଦାଖଲ କରିଥିଲେ ।

ସେପଟେ FM କଲେଜ ଛାତ୍ରୀ ମୃତ୍ୟୁ ମାମଲାରେ ଆଜି ବାଲେଶ୍ବର ଯିବ ଉଚ୍ଚଶିକ୍ଷା ବିଭାଗର ଉଚ୍ଚସ୍ତରୀୟ କମିଟି ।  ତଦନ୍ତ କମିଟି ନିକଟରେ ହାଜର ହେବେ ICC ସଦସ୍ୟ । ଉଚ୍ଚ ଶିକ୍ଷା ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଗଠିତ ହୋଇଛି ତଦନ୍ତ କମିଟି । ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ICC ସଦସ୍ୟଙ୍କୁ ବ୍ୟକ୍ତିଗତ ଭାବେ ଏହି ତଦନ୍ତ କମିଟିରେ ହାଜର ହେବାକୁ ନିର୍ଦ୍ଦେଶ ରହିଛି ।

Leave A Reply

Your email address will not be published.