ନାବାଳିକାକୁ ନିଆଁ ଲଗାଇଦେବା ଘଟଣା, ଦୋଷୀଙ୍କୁ ତୁରନ୍ତ ଗିରଫ ନିର୍ଦ୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

youtube

ଭୁବନେଶ୍ୱର : ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ବାଇଆ ବରର ଜଣେ ଯୁକ୍ତ-୨ ଛାତ୍ରୀଙ୍କ ଦେହରେ ନିଆଁ ଲଗାଇଦେବା ଘଟଣାରେ ଦୋଷୀଙ୍କ ବିରୁଦ୍ଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି । ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ।  ଏମ୍ସରେ ନାବାଳିକାର ଚିକିତ୍ସା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର ସୂଚନା ଦେଇଛନ୍ତି ପ୍ରଭାତୀ ପରିଡା ।  ତେବେ ଏମ୍ସ ଯାଇ ପୀଡ଼ିତାଙ୍କୁ ଭେଟିବେ ଉପମୁଖ୍ୟମନ୍ତ୍ରୀ ।

ସୂଚନା ଅନୁସାରେ ଆଜି ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ବାଇଆ ବରର ଜଣେ ଯୁକ୍ତ-୨ ଛାତ୍ରୀଙ୍କ ଶରୀରରେ ନିଆଁ ଲଗାଇଦେଇଥିଲେ ଦୁର୍ବୃତ୍ତ । ସାଇକେଲରେ ସାଙ୍ଗ ଘରକୁ ଯାଉଥିବା ସମୟରେ ବାଟରେ ୩ ଜଣ ଯୁବକ ନାବାଳିକାକୁ ଅଟକାଇ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଇଛନ୍ତି ।  ଗୁରୁତର ଅବସ୍ଥାରେ ନାବାଳିକା ପୀଡ଼ିତାଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି ।

Leave A Reply

Your email address will not be published.