
ଭୁବନେଶ୍ୱର : ବଳଙ୍ଗା ବାୟାବରରେ ନାବାଳିକାଙ୍କୁ ଜାଳିଦେବା ଘଟଣାକୁ କଡ଼ା ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏଭଳି ଘଟଣା ଅତ୍ୟନ୍ତ ଉଦବେଗଜନକ ଓ ନିନ୍ଦନୀୟ । ଦିନ ଦିପହରରେ ହତ୍ୟା ଉଦ୍ୟମ ଘଟିଲା । FM କଲେଜ ଘଟଣାର କିଛି ଦିନ ପରେ ଏପରି ଘଟଣା ଘଟିଛି । ମାସେ ପୂର୍ବରୁ ଗୋପାଳପୁରରେ ଗଣଦୁଷ୍କର୍ମ ଘଟଣା ଘଟିଥିଲା। ଏଭଳି ଘଟଣା ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଟିଚାଲିଛି । ଏହା ଶାସନବ୍ୟବସ୍ଥାର ଗଭୀର ବିଫଳତାକୁ ପ୍ରମାଣିତ କରୁଛି। ଅପରାଧୀମାନେ ସାହସୀ ହୋଇଛନ୍ତି। ଦଣ୍ଡର ଭୟ ନାହିଁ। ସରକାରୀ ଉଦାସୀନତା ଓ ଅପରାଧୀ ପୃଷ୍ଠପୋଷକତା ସେମାନଙ୍କୁ ସୁହାଉଛି। ରାଜ୍ୟ ବର୍ତ୍ତମାନ ମହିଳାମାନଙ୍କ ପାଇଁ ଅତ୍ୟନ୍ତ ଅସୁରକ୍ଷିତ ହୋଇଛି। ଓଡ଼ିଶା ସରକାର କେବେ ଗଭୀର ନିଦ୍ରାରୁ ଜାଗିବେ ?। ସରକାରଙ୍କ କାର୍ଯ୍ୟାନୁଷ୍ଠାନକୁ ମହିଳା ଅପେକ୍ଷା କରିଛନ୍ତି ବୋଲି କହିଛନ୍ତି ନବୀନ।