ଆସୁଛି ବଡ଼ ବର୍ଷା, ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

youtube

ଭୁବନେଶ୍ୱର :  ପୁଣି ଭିଜିବ ଓଡିଶା। ଆସୁଛି ବଡ଼ ବର୍ଷା ।  ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ ।  ଆସନ୍ତା ୨୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ।  ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ ଲଘୁଚାପ ।  ପରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ ।  ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ଥିବାରୁ ପ୍ରଥମେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ ।

ପରବତ୍ତୀ ସମୟରେ ଏହା ଝାଡ଼ଖଣ୍ଡ ଓ ଛତିଶଗଡ଼ ମୁହାଁ ହେବ। ଫଳରେ ସୀମାନ୍ତବର୍ତ୍ତୀ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ଆଜି ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।   ଏବଂ ଅନ୍ୟ ସମସ୍ତ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ୱାର୍ଣ୍ଣି ଜାରି କରାଯାଇଛି ।  ଆସନ୍ତା କାଲି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆୟ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।  ଆଗକୁ ଲଘୁଚାପ ଥିବାରୁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

Leave A Reply

Your email address will not be published.