ସୁନାବେଡା ଦୁର୍ଘଟଣାରେ ୩ ମୃତ, ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

youtube

ଭୁବନେଶ୍ବର: ଗତକାଲି ବିଳମ୍ବିତ ରାତିରେ କୋରାପୁଟ ଜିଲ୍ଲା ୨୬ ନମ୍ବର ଜାତୀୟ ରାଜପଥର ସୁନାବେଡା ଟ୍ରାଫିକ ଛକ ଟିଟିଏସ୍ ନିକଟରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସଫାରୀ ଗାଡ଼ି ସହ ସେଲେରିଓ ଗାଡ଼ି ମୁହାମୁହି ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ, ଅନ୍ୟ ଜଣଙ୍କୁ ମେଡିକାଲ୍ ନେଉଥିବା ବେଳେ ମୃତ୍ୟୁ ଘଟିଥିଲା । ମୃତକ ଓ ଗୁରୁତର ମାନେ ସ୍ଥାନୀୟ ଅଞ୍ଚଳର ବୋଲି ଜଣା ପଡିଛି । ସୁନାବେଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ କରୁଛି ।

ଏହି ସଡ଼କ ଦୁର୍ଘଟଣାରେ ଆଶୁତୋଷ ରଣା, ଦିବ୍ୟରଞ୍ଜନ ପାତ୍ର ଓ ବିକାଶ ପାତ୍ରଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି । ଘଟଣା ବିଷୟରେ ଜାଣିବା ପେରେ ମୁଖମନ୍ତ୍ରୀ ମୋହନ ମାଝୀ ଗଭୀର ଦୁଃଖ ପ୍ରକାଶ କରିଥିଲେ । ଏହାସହ ମୁଖ୍ୟମନ୍ତ୍ରୀ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।

ଆହତଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବା ନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ଘଟଣା ଆଜି ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି I

Leave A Reply

Your email address will not be published.