ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର, ଖୋଲିଲା ଆଉ ୪ଟି ଗେଟ୍

youtube

ସମ୍ବଲପୁର : ଲଗାଣ ବର୍ଷାରେ ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର । ହୀରାକୁଦର ଆଉ ୪ଟି ଗେଟ୍ ଖୋଲିଲା । ଏବେ ମୋଟ ୧୨ଟି ଗେଟ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ବାମପଟରେ ୮ଟି ଓ ଡାହାଣ ପଟରେ ୪ଟି ସ୍ଲୁଇସ୍‌ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରଖିଛି ।  ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାର ଜଳସ୍ତର ୬୦୯ ଘନଫୁଟ ରହିଛି ।

ସୂଚନାନୁଯାୟୀ, ଗତକାଲି ଅର୍ଥାତ୍‌ ଗୁରୁବାର ସୁଦ୍ଧା ମୋଟ୍ ୮ଟି ଗେଟ୍ ନେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା । ବାମ ପାର୍ଶ୍ବର ୫ଟି ଓ ଡାହାଣ ପାର୍ଶ୍ବର ୩ଟି ସ୍ଲୁଇସ୍ ଗେଟ୍ ଖୋଲାଥିଲା । ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପଜନିତ ବର୍ଷା ଲାଗି ରହିଛି ।  ଫଳରେ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ।

Leave A Reply

Your email address will not be published.