କୋଷାଗୁମୁଡ଼ାଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର

ନବରଙ୍ଗପୁର : ଆଜି କୋଷାଗୁମୁଡ଼ା ପଂଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର୍ ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଖୁଣ୍ଟିଆ , ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଯଦୁମଣି ନାୟକ,ପ୍ରକଲ୍ପ ପ୍ରଶାସକ,ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ରାଜୀବ ଲୋଚନ ସାହୁ , ବି ଡି ଓ ଆଶିଷ କୁମାର ତ୍ରିପାଠୀ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୨୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦିବ୍ୟାଙ୍ଗ ଙ୍କୁ ୨୦ ଟି ହୂଇଲ ଚେୟାର ଓ ୬ ଟି ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା।

ad-week
Leave A Reply

Your email address will not be published.