ଡବଲ୍‌ ମର୍ଡର; ସ୍ତ୍ରୀ ଓ ଶାଶୁକୁ ହତ୍ୟା କରି ଜ୍ୱାଇଁ ଲଗାଇଲା କଦଳୀ ଗଛ !

youtube

ବାରିପଦା/କୁଳିଅଣା: ମୟୂରଭଂଜ ଜିଲ୍ଲା କୁଳିଅଣା ଥାନା ଅଧୀନ ନୂଆଗାଁରେ ମା’-ଝିଅଙ୍କୁ ହତ୍ୟା କରାଯାଇଛି। ଗତ ୧୫ ତାରିଖ ଠାରୁ ନିଖୋଜ ଥିବା ମା’-ଝିଅଙ୍କର ମୃତଦେହ ମାଟି ତଳୁ ଉଦ୍ଧାର କରାଯାଇଛି। ଏହି ହତ୍ୟାକାଣ୍ଡର ଅଭିଯୁକ୍ତ ହେଉଛି ଜ୍ବାଇଁ। ସେ ନିଜ ସ୍ତ୍ରୀ ଓ ଶାଶୂଙ୍କୁ ପଥରରେ ଛେଚି ହତ୍ୟା ପରେ ମାଟି ତଳେ ପୋତିଦେଇଛି। ମୃତ ମା’ ଓ ଝିଅ ହେଲେ ସୋନାଲି ଦଳେଇ (୨୩) ଓ ସୁମତି ଦଳେଇ (୫୫)। ଅଭିଯୁକ୍ତ ଦେବାଶିଷ ପାତ୍ରକୁ ପୁଲିସ ଗିରଫ କରିଛି।
ଅଭିଯୁକ୍ତ ଦେବାଶିଷ ନିଜ ସ୍ତ୍ରୀ ଓ ଶାଶୁଙ୍କୁ ହତ୍ୟା ପରେ ଗାତ ଖୋଳି ୨ଟି ଶବକୁ ପୋତି ଦେଇଛି ଏବଂ ଏହାରି ଉପରେ କଦଳୀ ଗଛ ଲଗାଇ ଦେଇଛି। ଏଭଳି ଏକ ଲୋମହର୍ଷଣକାରୀ ଘଟଣା ଦେଖି ପୁଲିସ ହତବାକ ହୋଇଯାଇଛି।
ଘଟଣାରୁ ଜଣାପଡ଼ିଛି ଯେ, ଦେବାଶିଷ ପାତ୍ର ଆମ୍ବଡୁବି ଗ୍ରାମର ଲକ୍ଷ୍ମୀଧର ଦଳେଇଙ୍କ ଝିଅ ସୋନାଲି ଦଳେଇଙ୍କୁ ଦ୍ୱିତୀୟ ବିବାହ କରିଥିଲେl ତାଙ୍କର ଗୋଟିଏ ଏକବର୍ଷର ପୁତ୍ର ସନ୍ତାନ ଅଛି l ଦେବାଶିଷ କୁଳିଅଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ କୁଆବୁଡ଼ା ସବ୍‌ସେଣ୍ଟରରେ ପୁରୁଷ ସ୍ୱାସ୍ଥ୍ୟକର୍ମୀ ଭାବେ କାର୍ଯ୍ୟ କରନ୍ତିl ଗତ ୧୫ ତାରିଖ ଦିନ ସୋନାଲି ଓ ସୁମତି ନିଖୋଜ ଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଦେବାଶିଷ ଓ ତାଙ୍କର ପ୍ରଥମ ସ୍ତ୍ରୀଙ୍କୁ ନେଇ କୋର୍ଟରେ ମାମଲା ଚାଲିଛି।
ପାରିବାରିକ କଳହ ଅଥବା ଅନ୍ୟ କୌଣସି କାରଣ ପାଇଁ ନିଜ ଦେବାଶିଷ ନିଜ ସ୍ତ୍ରୀ ଓ ଶାଶୂଙ୍କୁ ଗତ ୧୯ ତାରିଖ ଦିନ ପଥରରେ ଛେଚି ହତ୍ୟା କରିଥିଲା। ପରେ ନିଜ ଘର ପଛପାର୍ଶ୍ବରେ ଥିବା ବଗିଚା ପଛପଟରେ ଦୁଇ ମୃତଦେହକୁ ପୋତି ଦେଇଥିଲା।
ତେବେ କିଛି ଦିନ ଧରି ହତ୍ୟାକାରୀଙ୍କ ସ୍ତ୍ରୀ ନିଖୋଜ ଥିବାରୁ ଗ୍ରାମବାସୀ ସନ୍ଦେହ ହୋଇଥିଲା। କିଛି ଗ୍ରାମବାସୀ ଦେବାଶିଷଙ୍କ ଘରପଛରେ ଥିବା ବାଡ଼ିରେ ମାଟି ଚିହ୍ନ ଦେଖି ଅଧିକ ସନ୍ଦେହ କରିଥିଲେ। ଏଠାରେ ଗାତ ଖୋଳା ଯାଇଥିବାର ଦେଖି ସେମାନେ ଅଧିକ ସନ୍ଦେହ କରିଥିଲେ। ଏନେଇ ସେମାନେ ପୁଲିସକୁ ଖବର ଦେଇଥିଲେ।
ଥାନା ଆଇଆଇସି ମଧୁମିତା ମହାନ୍ତି, ମାଜିଷ୍ଟ୍ରେଟ ଦୁର୍ଗା ଚରଣ ମୁର୍ମୁଙ୍କ ଉପସ୍ଥିତରେ ସାଇଣ୍ଟିଫିକ ଟିମ୍‌ ତଦନ୍ତ ଆରମ୍ଭ କରିଛନ୍ତିl ଅଭିଯୁକ୍ତ ପୁଲିସ ଆଗରେ ହତ୍ୟା କରି ପୋତି ଦେଇଥିବା କଥା ସ୍ୱୀକାର କରିଛିl ପୁଲିସ ଅଭିଯୁକ୍ତକୁ ଗିରଫ କରିଛିl ହତ୍ୟାକାଣ୍ଡର କାରଣ ଜଣାପଡ଼ି ନାହିଁl

Leave A Reply

Your email address will not be published.