
ଭୁବନେଶ୍ବର: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହେଲେ ୬ ଜଣ । ପ୍ରେସ୍ମିଟ୍ରେ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଡିଜି । ଏହି ଲିକ୍ ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣାଙ୍କ ଜରିଆରେ ହୋଇଛି। ତାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୨ ଲକ୍ଷ ୪୦ ହଜାର ଟଙ୍କା ଆସିଥିବାର ପ୍ରମାଣ ମିଳିଛି। ଏହି ପ୍ରଶ୍ନପତ୍ର ଲିକ୍ ବାଲେଶ୍ବରରୁ କୋରାପୁଟ ପର୍ଯ୍ୟନ୍ତ ବ୍ୟାପିଛି।
ଓଡ଼ିଶା ପୋଲିସର କ୍ରାଇମ୍ବ୍ରାଞ୍ଚ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜୀତନ ମହାରାଣା, ବିଜୟ କୁମାର ମିଶ୍ର, ସନାତନ ବିଶୋୟୀ, ରାମଜୀ ପ୍ରସାଦ ଗୁପ୍ତା, ଅଜୟ କୁମାର ସାହୁ ଓ ଜୟନ୍ତ କୁମାର ରାଉତ।
କ୍ରାଇମବ୍ରାଞ୍ଚ ଡିଜି କହିଛନ୍ତି ଯେ, ଗିରଫ ଅଭିଯୁକ୍ତଙ୍କୁ କରାଯିବ କୋର୍ଟ ଚାଲାଣ । ପରେ ରିମାଣ୍ଡରେ ଆଣି ତଦନ୍ତ କରାଯିବ ।
ସୂଚନାଯୋଗ୍ୟ, ଗତ ୨୦ ତାରିଖ ଦିନ ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ହେବାର ଥିଲା। ହେଲେ ପରୀକ୍ଷା ପୂର୍ବରୁ ବୋର୍ଡ ଏହାର ପ୍ରଶ୍ନପତ୍ର ଭାଇରାଲ ହେବା ପରେ ରାତି ଅଧିଆ ପରୀକ୍ଷାକୁ ସ୍ଥଗିତ ରଖିଥିଲା ।