
ଭୁବନେଶ୍ୱର ୩୧।୦୭ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଚେତାବନୀ । କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦର ଚେତାବନୀ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ । ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି ଗଠନ କରାଯିବାକୁ ଟାର୍ଗେଟ୍ ରଖାଯାଇଛି।ଏହି କମିଟି ନ କଲେ ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ । ସେ ଆହୁରି ମଧ୍ୟ କହିଛନ୍ତି , ଯେଉଁମାନେ ଭୁଲ ଅଭିଯୋଗ କରୁଛନ୍ତି, POSH ACT ଅନୁସାରେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ତେଣୁ POSH ACT ବାବଦରେ ଲୋକସେବା ଭବନରୁ ଆରମ୍ଭ ହୋଇଥିବା ସଚେତନ କାର୍ଯ୍ୟକ୍ରମ ଆଗକୁ ବ୍ଲକ୍ ସ୍ତରରେ ମଧ୍ୟ ହେବ ।