OTET ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ଶିକ୍ଷକଙ୍କ ରହିଛି ସଂପୃକ୍ତି , ପ୍ରେସମିଟରେ କ୍ରାଇମବ୍ରାଞ୍ଚ DIGଙ୍କ ସୂଚନା

youtube

କଟକ : ସ୍ବତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଉ ଜଣେ ଗିରଫ । ଗିରଫ କଳାହାଣ୍ଡିର ଜଣେ ଶିକ୍ଷକ । ସପ୍ତମ ଗିରଫ ଅଭିଯୁକ୍ତ ହେଉଛନ୍ତି ପ୍ରଶାନ୍ତ କୁମାର ଖମାରୀ । ପ୍ରଶ୍ନପତ୍ର ଲିକ୍ ରେ ଶିକ୍ଷକଙ୍କ ହାତ ରହିଥିବା ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ DIG ବି ଗଙ୍ଗାଧର । ପ୍ରଶ୍ନପତ୍ର ଲିକ୍ ରେ ଶିକ୍ଷକଙ୍କ ହାତ ରହିଛି । ବୋର୍ଡ ଅଫିସ କର୍ମଚାରୀଙ୍କୁ ହୋଇଛି ପଚରାଉଚରା । କେମିତି ପାସ୍ ୱାର୍ଡ ମିଳିଲା ଚାଲିଛି ତଦନ୍ତ ।  ଏହି ଘଟଣାରେ ଗିରଫ ସଂଖ୍ୟା ୭କୁ ବୃଦ୍ଧି ପାଇଛି । ସମସ୍ତ ଦିଗକୁ ନେଇ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ।୭ ଜଣଙ୍କଠାରୁ କାହାପାଖକୁ ପ୍ରଶ୍ନପତ୍ର ଯାଇଛି ତଦନ୍ତ ହେଉଛି । ସମସ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କ୍ରାଇମବ୍ରାଞ୍ଚ DIG ସୂଚନା ଦେଇଛନ୍ତି ।

ମାଧ୍ୟମିକ ଶିକ୍ଷା ପରିଷଦର ଜଣେ ଡାଟା ଏଣ୍ଟ୍ରି ଅପରେଟର କିଙ୍ଗପିନ ହୋଇଥିବା ବେଳେ ଘଟଣାରେ ଗତ ୩୦ ତାରିଖରେ ୬ ଜଣଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ । ଗତ ୨୦ତାରିଖରେ ସ୍ପେଶାଲ ଓଟିଇଟି ପରୀକ୍ଷା ହେବାର ଥିଲା ।  ଏହାପୂର୍ବରୁ ଗତ ୧୯ ତାରିଖ ରାତିରେ ଭାଇରାଲ ହୋଇଥିଲା ପ୍ରଶ୍ନପତ୍ର ।  ଫଳରେ ପରୀକ୍ଷାକୁ ବାତିଲ କରାଯାଇଥିଲା ।  ପ୍ରଶ୍ନପତ୍ର ଲିକ୍ ଘଟଣାରେ କ୍ରାଇମବ୍ରାଞ୍ଚ ନିକଟରେ ବୋର୍ଡର ପ୍ରଶାସନିକ ଅଧିକାରୀ ବୁଲବୁଲ ବେହେରା ଅଭିଯୋଗ କରିଥିଲେ ।

Leave A Reply

Your email address will not be published.