
ଭୁବନେଶ୍ବର: ଭୁବନେଶ୍ବର ମହିଳା ଥାନାରେ ହାଜର ହେଲେ OAS ବାବୁ । OSDMA ରେ କାର୍ଯ୍ୟରତ DGM ସାର୍ଥକ ସୌରଭ ମହାପାତ୍ର ହାଜର ହୋଇଛନ୍ତି । ଦୁଇ ଦିନ ତଳେ ଓଏଏସ୍ ବାବୁଙ୍କ ପତ୍ନୀ ମହିଳା ଥାନାରେ ଏତଲା ଦେଇଥିଲେ । ଏନେଇ ମହିଳା ଥାନା ମାମଲା ରୁଜୁ କରି ନୋଟିସ୍ ପଠାଇବା ପରେ ଆଜି ଥାନାରେ ହୋଇଛନ୍ତି ଓଏଏସ୍ ବାବୁ ।
ଅଭିଯୋଗ ଘଟଣାରେ ତାଙ୍କୁ ପଚରାଉଚରା ଚାଲିଛି । ତାଙ୍କ ନାଁରେ ପତ୍ନୀ ଆଣିଛନ୍ତି ସାଂଘାତିକ ଅଭିଯୋଗ । ସ୍ତ୍ରୀ ଓ ନବଜାତ ଶିଶୁ ପ୍ରତି ନିଷ୍ଠୁରତା, ଦାୟିତ୍ୱହୀନତା, ଇଛାକୃତ ଭାବରେ ପରିତ୍ୟାଗ କରିବା ଓ ମାନସିକ ନିର୍ଯାତନା ଦେବା ଅଭିଯୋଗ କରିଛନ୍ତି । ଅଭିଯୋଗକାରିଣୀ ଅର୍ଚ୍ଚନା ଦାସ ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଭାବରେ କାର୍ଯ୍ୟରତ ଅଛନ୍ତି । ଶାଶୁ ଓ ନଣନ୍ଦଙ୍କ ନାଁରେ ମଧ୍ୟ ନିର୍ଯାତନା ଅଭିଯୋଗ ଆଣିଛନ୍ତି ଅର୍ଚ୍ଚନା । ପୁଅ ଜନ୍ମ ପରେ ହସ୍ପିଟାଲ ବେଡରେ ସେମାନଙ୍କୁ ଛାଡ଼ି ପଳାଇଥିବା ଅଭିଯୋଗ କରିଥିଲେ ପତ୍ନୀ । ଏନେଇ ସେ ଭୁବନେଶ୍ବର ମହିଳା ଥାନାର ଦ୍ୱାରସ୍ଥ ହୋଇଥିଲେ ।