୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

youtube

ଭୁବନେଶ୍ୱର : ୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ।  ଜଳସେଚନ ବିଭାଗର ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନାକୁ କ୍ୟାବିନେଟ ଅନୁମୋଦନ ।  ୩୫୨୯ ଆଡ଼ିବନ୍ଧ ପୁନରୁଦ୍ଧାର କରାଯିବ ।  ୨୦୨୫-୨୦୨୬ ରୁ ୨୦୨୯-୩୦ ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନା ବ୍ୟୟ ହେବ ହେବ ୨ ହଜାର ୭୩୮ କୋଟି ଟଙ୍କା ।  ୫୭ ହଜାର ୫୨୫ ୫୦୦ ହେକ୍ଟର ଜମିକୁ ଜଳସେଚନ ସୁବିଧା ସହ ୪୧ ହଜାର ୭୨୫ ହେକ୍ଟର ଜମିକୁ ପୁନଃ ବ୍ୟବସ୍ଥା କରାଯିବ ।

ଓଡ଼ିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି ୨୦୧୬ ସଂଶୋଧନ କରାଯାଇଛି । ୧ କୋଟି ପର୍ଯ୍ୟନ୍ତ ପ୍ରକଳ୍ପର ଇନସେନ୍ତିଭ ପାଇଁ ଜିଲ୍ଲା ପ୍ରଶାସନ ଅନୁମତି ଦେଇ ପାରିବେ ।  ୧ କୋଟି ରୁ ୧୦ କୋଟି ପର୍ଯ୍ୟନ୍ତ ପ୍ରକଳ୍ପ ନିର୍ଦ୍ଦେଶକ ସ୍ତରରେ ଓ ୧୦ କୋଟି ରୁ ୫୦ କୋଟି ପ୍ରକଳ୍ପ ପାଇଁ msme ସଚିବଙ୍କ ଅନୁମତି ଆବଶ୍ୟକ ପଡ଼ିବ । ଓଡ଼ିଶା ଦ୍ରବ୍ୟର ସେବା ଅଧିନିୟମ ସଂଶୋଧନ ।  ଟ୍ୟାକ୍ସ ପେୟରଙ୍କୁ ଅଧିକ ସୁବିଧା ପାଇଁ ଉଦ୍ୟମ ।

ଭାରତୀୟ ନ୍ୟାୟ ସଂହିତା, ୨୦୨୩; ଭାରତୀୟ ନାଗରିକ ସୁରକ୍ଷା ସଂହିତା, ୨୦୨୩ ଏବଂ ଭାରତୀୟ ସାକ୍ଷ୍ୟ ଅଧୁନିୟମ, ଭଳି ୩ ନୂଆ ଆଇନ ଅନୁସାରେ ଯାହା ସଂଶୋଧନ ଆବଶ୍ୟକ ଥିଲା କରାଯାଇଛି ।  ଓଡ଼ିଶା ଜିଲ୍ଲା ଏବଂ ସିଭିଲ କୋର୍ଟର ନ୍ୟାୟିକ କର୍ମଚାରୀ ସେବା ନିୟମାବଳୀ, ୨୦୦୮ ର ସଂଶୋଧନ କରାଯାଇଛି  ।  ଓଡ଼ିଶା ଲ’ ଅଫିସର୍ସ ନିୟମାବଳୀ, ୧୯୭୧ ସଂଶୋଧନ କରାଯାଇଛି ।  ରାଜ୍ୟରେ ପଡ଼ି ରହିଥିବା ମାମଲା ଗୁଡିକର ଭାର କମିବା ସହ ତ୍ୱରିତ ନ୍ୟାୟ ପ୍ରଦାନ କରାଯାଇ ପାରିବ ।   ଏହା ସହ ଜିଲ୍ଲା ମୁଖ୍ୟାଳୟ କୋର୍ଟ ଓ ଏହା ଅଧିନସ୍ତ ଅଫିସରେ ଲ ଅଫିସର ନିଯୁକ୍ତ କରାଯିବ।

Leave A Reply

Your email address will not be published.