ଭିଜିଲାନ୍ସ ଜାଲରେ ବୌଦ୍ଧ ଏମଭିଆଇ ଗୋଲାପ; ୬ ସ୍ଥାନରେ ଚଢାଉ

youtube

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ବୌଦ୍ଧ ଜିଲ୍ଲା ଏମଭିଆଇ । ଏମଭିଆଇ ଗୋଲାପ ଚନ୍ଦ୍ର ହାଁସଦାଙ୍କ ଘରେ ଚାଲିଛି ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଜାରି ରହିଛି । ବାରିପଦା, ବୌଦ୍ଧ ଓ ଭୁବନେଶ୍ବର ସମେତ ଏକକାଳୀନ ୬ଟି ସ୍ଥାନରେ ରେଡ ଚାଲିଥିବା ସୂଚନା ମିଳିଛି ।

ସୂଚନାମୁତାବକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ MVI ଗୋଲାପ ଚନ୍ଦ୍ର ହାଁସଦାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ଏହି ଚଢାଉରେ ଭିଜିଲାନ୍ସର ୪ ଡିଏସ୍‌ପିଙ୍କ ସହ ୭ ଜଣ ଇନ୍‌ସିପେକ୍ଟର ସାମିଲ ରହିଛନ୍ତି । ବାରିପଦା ଘର, ବୌଦ୍ଧ ଭଡ଼ା ଘର ଓ RTO ଅଫିସ୍‌, ମୟୂରଭଞ୍ଜ ଖୁଣ୍ଟା ପୈତୃକ ଘର, ବାରିପଦା ସହଯୋଗୀଙ୍କ ଘର ଓ ଭୁବନେଶ୍ବର ପାଣ୍ଡରାରେ ଝିଅ ରହୁଥିବା ଫ୍ଲାଟ୍‌ରେ ଚଢାଉ କରିଛି ଭିଜିଲାନ୍ସ ଟିମ୍‌ ।

ବର୍ତ୍ତମାନ ଯାଏଁ ଚଢାଉରେ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କୌଣସି ସଠିକ୍‌ ସୂଚନା ମିଳିନାହିଁ ।

Leave A Reply

Your email address will not be published.