୧୩ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ! ଆଜି ୭ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା

youtube

ଭୁବନେଶ୍ୱର : ୧୩ରେ ଲଘୁଚାପ ।  ଆସନ୍ତା ୧୩ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ।  ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ଏବେ ଏକ ଘୂର୍ଣ୍ଣିବଳୟ ରହିଛି ।  ଦକ୍ଷିଣ ପଶ୍ଚିମ ଆଡ଼କୁ ଢଳି ରହିଛି ଘୂର୍ଣ୍ଣିବଳୟ ।  ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି ।  ଫଳରେ ରାଜ୍ୟରେ ଭଲ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସକାଳୁ ରାଜଧାନୀ ଭୁବେନେଶ୍ବରରେ ମେଘୁଆ ପାଗ ରହିଛି ।  ସ୍ଥାନେ ସ୍ଥାନେ ଝିପିଝିପି ବର୍ଷା ଲାଗି ରହିଛି ।  ଆଜି ଜଗତସିଂହପୁର, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି  ।  ଏଥିସହ ଅନ୍ୟ ଜିଲ୍ଲା ଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।  ସତର୍କ ରହିବାକୁ ସମ୍ପୃକ୍ତ ଜିଲ୍ଲାର ଜିଲାପାଳଙ୍କୁ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।  ଏଥିସହ ଅନ୍ୟ ଜିଲ୍ଲା ଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

Leave A Reply

Your email address will not be published.