୧୨ନକଲି ଗୁମାସ୍ତା ଗିରଫ; ଦର୍ଶନ କରାଇବା ଆଳରେ ଲୁଟୁ ଥିଲେ ଟଙ୍କା

add-all

ପୁରୀ: ପୋଲିସ ହାତରେ ବନ୍ଧା ହେଲେ ନକଲି ଗୁମାସ୍ତା। ପୁରୀ ସିଂହଦ୍ଵାର ଓ ଟାଉନ ଥାନା ପୋଲିସ ୧୨ ଜଣ ନକଲି ଗୁମାସ୍ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ବିଏନଏସ୍ ଧାରା ୧୧୧ ଅନୁଯାୟୀ ଏହି ନକଲି ଗୁମାସ୍ତାଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ୍ କୁ ପଠାଇ ଦିଆଯାଇଛି। ଅଭିଯୁକ୍ତଙ୍କ ଠାରୁ ପୋଲିସ ୨୦ ହଜାର ଟଙ୍କା ସହିତ ୧୪ ଟି ମୋବାଇଲ ଫୋନ୍ ଜବତ କରିଛି।

ଶ୍ରୀମନ୍ଦିରକୁ ଆସୁଥିବା ଯାତ୍ରୀ, ଶ୍ରଦ୍ଧାଳୁଙ୍କ ସୁରକ୍ଷା ସହିତ ସୁବିଧାରେ ଦର୍ଶନ ଏବଂ ଠକାମୀର ଯେଭଳି ଶିକାର ନହେବେ ସେ ଦିଗରେ ପୋଲିସ ବିଶେଷ ଦୃଷ୍ଟି ଦେଇଛି। ଗିରଫ ହୋଇଥିବା ନକଲି ଗୁମାସ୍ତାଙ୍କ ପାଖରେ କୌଣସି ପରିଚୟ ପତ୍ର ନଥିବାବେଳେ ବେଆଇନ୍ ଭାବେ ଏମାନେ ଗୁମାସ୍ତା କାର୍ଯ୍ୟ କରୁଥିଲେ ବୋଲି ପୋଲିସ କହିଛି। ଆଗକୁ ମଧ୍ୟ ପୋଲିସ ପକ୍ଷରୁ ଏହି ଧରପଗଡ ଅଭିଯାନ ଜାରି ରହିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।

ତେବେ ସୂଚନା ଅନୁଯାୟୀ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ପ୍ରତିଦିନ ହଜାର ହଜାର ଭକ୍ତ ଶ୍ରଦ୍ଧାଳୁ ଆସିଥାନ୍ତି। ଶ୍ରୀମନ୍ଦିରର ସଂସ୍କୃତି ଓ ପରମ୍ପରା ବିଷୟରେ ସେବାୟତ ଓ ସେମାନଙ୍କର ଗୁମାସ୍ତା ମାନେ ଯାତ୍ରୀମାନଙ୍କୁ ଟିକିନିଖି ତଥ୍ୟ ପ୍ରଦାନ କରିଥାନ୍ତି। କିନ୍ତୁ କିଛି ନକଲି ଗୁମାସ୍ତା ଓ ଅଣ ସେବାୟତଙ୍କ ଯୋଗୁଁ ଯାତ୍ରୀମାନେ ଠକାମୀ ସହ ଦୁର୍ବ୍ୟବହାରର ଶିକାର ମଧ୍ୟ ହୋଇଥାନ୍ତି। ଏନେଇ ଅନେକଥର ଥାନାରେ ଅଭିଯୋଗ ହେବା ପରେ ଏବେ ଆକ୍ସନ ମୋଡ଼କୁ ଆସିଛି ପୁରୀ ପୋଲିସ।

ad-week
Leave A Reply

Your email address will not be published.