ଏଣିକି ସମସ୍ତ ସରକାରୀ ଅଫିସରେ ଏଆଇ କ୍ୟାମେରା ଲାଗିବ

add-all

ଭୁବନେଶ୍ୱର: ଏଣିକି ସବୁ ସରକାରୀ ଅଫିସରେ ଲାଗିବ ଏଆଇ କ୍ୟାମେରା। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ସଚିବ ସ୍ତରୀୟ ବୈଠକ ହୋଇଛି। ଏହି ବୈଠକରେ ୧୦ଟି ଦିଗ ଉପରେ ଫୋକସ ଦିଆଯାଇଛି। ୧୦ ଦିଗକୁ ଫୋକସ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ସେହି ଅନୁଯାୟୀ ରାଜ୍ୟର ସବୁ ଅଫିସରେ ଏଆଇ କ୍ୟାମେରା ଲଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

ପ୍ରଥମେ ଖାରବେଳ ଭବନ ଓ ଲୋକସେବା ଭବନରେ ଲାଗିବ କ୍ୟାମେରା। ପରେ ଜିଲ୍ଲା ସ୍ତରୀୟ ସବୁ ସରକାରୀ ଅଫିସରେ AI କ୍ୟାମେରା ଲଗାଯିବ। ସେହିପରି ସିଏମଓଙ୍କ ଅଫିସରୁ ଆସୁଥିବା ୟୁଆଇ ନୋଟ୍‌ର ତୁରନ୍ତ ଉତ୍ତର ସହ ପଦକ୍ଷେପ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ନିର୍ଦ୍ଧାରିତ ସମୟରେ ଅଧିକାରୀମାନେ ଅଫିସ୍‌ ଆସିବା ଉପରେ ଗୁରୁତ୍ବ ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ସେହିପରି ଅଫିସରଙ୍କୁ ଫିଲ୍ଡ ଭିଜିଟ ଉପରେ ଗୁରୁତ୍ବ ଦେବାକୁ ନିର୍ଦ୍ଦେଶ ହୋଇଛି। ଏନ୍‌ଫୋର୍ସମେଣ୍ଟ ଉପରେ ସରକାରଙ୍କ ଗୁରୁତ୍ବ ବୋଲି ବୈଠକରେ କୁହାଯାଇଛି।

ଅନ୍ୟପଟେ ଭଲ ପ୍ରଦର୍ଶନ ନଥିବା ଅଧିକାରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ହୋଇଛି। ସୁପ୍ରଦର୍ଶନରେ ସୁଧାର ନଆସିଲେ ଆଗୁଆ ଅବସରରେ ଗୁରୁତ୍ୱ ଦିଆଯିବ। ଲୋକଙ୍କୁ ସେବା ପ୍ରଦାନରେ ବିଳମ୍ବର ଅନୁଧ୍ୟାନ କରିବାକୁ ବୈଠକରେ କୁହାଯାଇଛି। ଅକ୍ଟୋବର ମାସରୁ ଆରମ୍ଭ ହେବ ସିଏମ ଡ୍ୟାସ୍‌ ବୋର୍ଡ। କେନ୍ଦ୍ରୀୟ ସ୍କିମ ପ୍ରତିମାସ ୭ ତାରିଖରେ ଜିଲ୍ଲାପାଳ ସମୀକ୍ଷା କରିବେ। ୨ ତାରିଖରେ ଜଙ୍ଗଲ ଓ ପରିବେଶ ବିଭାଗ ଓ ରାଜସ୍ୱ ବିଭଗ ସମୀକ୍ଷା କରିବେ। ସବୁ ବିଭାଗ ସେମାନଙ୍କ ବିଭାଗର ଖର୍ଚ୍ଚ ବୃଦ୍ଧି ଉପରେ ଗୁରୁତ୍ବ ଦେବେ ବୋଲି କୁହାଯାଇଛି।

ad-week
Leave A Reply

Your email address will not be published.