ଅମଲା ସଙ୍ଘର ସମୂହ ଛୁଟି ପ୍ରସଙ୍ଗ: ରାଜସ୍ୱ ମନ୍ତ୍ରୀଙ୍କ ପ୍ରତିକ୍ରିୟା କାମ ନକଲେ ଦରମା ବନ୍ଦ

youtube

 ଭୁବନେଶ୍ୱର : କାମ ନ କଲେ ଦରମା ବନ୍ଦ ।  ସରକାର ବିକଳ୍ପ ବ୍ୟବସ୍ଥା କରୁଛନ୍ତି ।  ଯାହା ଆବଶ୍ୟକ ପଦକ୍ଷେପ ନେବେ ସରକାର ।  ଅମଲା ସଙ୍ଘର ସମୂହ ଛୁଟି ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା ।  ସେମାନଙ୍କ କ୍ୟାଡର ପୁର୍ନଗଠନ ନେଇ ସାଧାରଣ ପ୍ରଶାସନ ବିଭାଗକୁ ପଠାଯାଇଛି ।  ଅପେକ୍ଷା ନ କରି ସମୂହ ଛୁଟିରେ ଯିବା ଗ୍ରହଣୀୟ ନୁହେଁ। ଛୁଟି ବାତିଲ କରିବାକୁ ଜିଲ୍ଲପାଳଙ୍କୁ ନିର୍ଦେଶ ଯାଇଛି । ଅନ୍ୟମାନଙ୍କୁ ଛୁଟି ମଞ୍ଜୁର ହେବ ନାହିଁ ବୋଲି କହିଛନ୍ତି ରାଜସ୍ବମନ୍ତ୍ରୀ ।

ଅନ୍ୟପଟେ ରାଜ୍ୟରେ ଅମଲାଙ୍କ କାମ ବନ୍ଦ ଆନ୍ଦୋଳନ ପ୍ରସଙ୍ଗରେ ସବୁ ଜିଲ୍ଲାପାଳଙ୍କୁ ଅତିରିକ୍ତ ରାଜ୍ୟ ମୁଖ୍ୟ ଶାସନ ସଚିବ ଚିଠି ଲେଖିଛନ୍ତି । ପ୍ରତିବାଦରେ ବସିଥିବା ଅମଲା କର୍ମଚାରୀଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି । ପ୍ରତିବାଦରେ ବସିବା ପାଇଁ ଛୁଟି ଦିଆଯିବ ନାହିଁ ।

Leave A Reply

Your email address will not be published.