ଜନ୍ମାଷ୍ଟମୀଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ: ଆଜି ମହାପ୍ରଭୁଙ୍କ ବନଭୋଜି ବେଶ,

youtube

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ । ଜନ୍ମାଷ୍ଟମୀଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି। ଶ୍ରୀମନ୍ଦିରରେ ଯେଉଡ଼ ଭୋଗ ପରେ ଶ୍ରୀକୃଷ୍ଣ ଜନ୍ମନୀତି ଓ ଗତକାଲି ନନ୍ଦଉତ୍ସବ ନୀତି ଅନୁଷ୍ଠିତ ହେବାପରେ ଆଜିଠାରୁ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ ।  ଆଜି ଭାଦ୍ରକୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ । ସନ୍ଧ୍ୟାଧୂପ ପରେ ଠାକୁରଙ୍କୁ ବନଭୋଜି ବେଶରେ ସଜ୍ଜିତ କରାଯିବ ।  ଶ୍ରୀଜିଉଙ୍କ ଶ୍ରୀଭୁଜରେ ରୂପା ପିଙ୍ଗଣରେ ସର ଧାରଣ ସହ ଅନ୍ୟ ହସ୍ତରେ ନଉଡି ଧରିଥାନ୍ତି ।  ବନଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ ୧୮ ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ବିମଣ୍ଡିତ କରାଯାଇଥାଏ ।

Leave A Reply

Your email address will not be published.