ଆଜି ୩ ଜିଲ୍ଲାକୁ ରେଡ୍ ଆଲର୍ଟ: କଳାହାଣ୍ଡି, ରାୟଗଡ଼ା, ଗଜପତି ଓ କନ୍ଧମାଳରେ ଭୀଷଣ ବର୍ଷା ସମ୍ଭାବନା

youtube

 ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ ।  ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସ୍ପଷ୍ଟ ଚିହ୍ନିତ ହୋଇଛି ।  ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବା ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।  ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ଉପରେ ସକ୍ରିୟ ରହିଛି ଲଘୁଚାପ।

ଆଗାମୀ ୧୨ ଘଣ୍ଟାରେ ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ।  ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ଅନୁମାନ କରାଯାଇଛି ।  ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ।

ଆଜି ଭୀଷଣ ବର୍ଷା ପାଇଁ ୩ ଜିଲ୍ଲା କୋରାପୁଟ,ମାଲକାନଗିରି ଓ ନବରଙ୍ଗପୁରକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, ରାୟଗଡ଼ା, ଗଜପତି ଏବଂ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।  ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।

ସମସ୍ତ ଜିଲ୍ଲାରେ ବର୍ଷା ଓ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ସତର୍କ କରାଯାଇଛି ।  ପାରାଦୀପ ଏବଂ ଗୋପାଳପୁର ପୋର୍ଟ ପାଇଁ ୩ ନମ୍ବର ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।  ସମୁଦ୍ର ଅଶାନ୍ତ ଥିବାରୁ ୨୦ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ରକୁ ନଯବିକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Leave A Reply

Your email address will not be published.