
ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଅନ୍ୟପଟେ, ଆଜି ତୁହାକୁ ତୁହା ବର୍ଷା (Heavy Rain)ନେଇ ସତର୍କତା ଜାରି ହୋଇଛି । ଆଜି ପାଇଁ ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଅନ୍ୟ ୨୫ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ହେବାର ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।