ନବୀନଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

youtube

ଭୁବନେଶ୍ୱର : ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି ସୂଚନା ମୁତାବକ ଆଜି ଅନେକ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ପାରନ୍ତି ବୋଲି କୁହାଯାଉଛି ।

ଡିହାଇଡ୍ରେସନ କାରଣରୁ ରବିରାର ସଂଧ୍ୟାରେ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ନବୀନ ଭର୍ତ୍ତି ହୋଇଥିଲେ। ପ୍ରାୟ ୭୭ ଘଣ୍ଟା ପରେ ସୁସ୍ଥ ହୋଇ ସେ ନବୀନ ନିବାସ ଫେରିଛନ୍ତି। । ସେବେଠାରୁ ଦଳମତ ନିର୍ବିଶେଷରେ ଅନେକ ନେତା ଓ ସମର୍ଥକ ତାଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରୁଛନ୍ତି ।

Leave A Reply

Your email address will not be published.