ନବୀନଙ୍କୁ ଭେଟି ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଲେ ରାଜ୍ୟପାଳ

youtube

ଭୁବନେଶ୍ୱର : ନବୀନଙ୍କୁ ଭେଟିଲେ ରାଜ୍ୟପାଳ । ନବୀନ ନିବାସ ଯାଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପାଟି । ନବୀନ ପଟ୍ଟନାୟକଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ।

ଗତ ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ନବୀନ ନିବାସ ଯାଇ ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ୧୦ ମିନିଟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ବୁଧବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସୁସ୍ଥ ହୋଇ ନବୀନ ନିବାସ ଫେରିଥିଲେ । ଗତ ରବିବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଡିହ୍ରାଇଡେସନ ସମସ୍ୟା ଯୋଗୁ ଭୁବନେଶ୍ବରରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।

Leave A Reply

Your email address will not be published.