ନୂଆଖାଇ ଉପଲକ୍ଷେ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

youtube

ଭୁବନେଶ୍ୱର: ନୂଆଖାଇ ପର୍ବ ଉପଲକ୍ଷେ ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି । କୃଷି ଭିତ୍ତିକ ଗଣପର୍ବ ନୂଆ ଖାଇ ଅବସରରେ ପ୍ରତିବର୍ଷ ଛୁଟି ଘୋଷଣା କରାଯାଇଥାଏ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତ ବର୍ଷ ନୂଆଖାଇର ପରଦିନ ଅର୍ଥାତ ଅଗଷ୍ଟ ୨୯ ତାରିଖ ଶୁକ୍ରବାର ଦିନଟିକୁ ଛୁଟି ଘୋଷଣା କରିଛନ୍ତି ।

ଏହିଦିନ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ମାଜିଷ୍ଟେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ) ଗୁଡିକ ମଧ୍ୟ ରହିବ । ଏହା ପରିବର୍ତ୍ତେ ସେପ୍ଟେମ୍ବର ୧୩ ତାରିଖ, ଦ୍ୱିତୀୟ ଶନିବାରକୁ କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି ।

ତେବେ ନୂଆଖାଇ ପରଦିନ ମଧ୍ୟ ପଶ୍ଚିମ ଓଡିଶା ବାସୀଙ୍କ ପାଇଁ ଖୁବ୍ ଗୁରୁତ୍ୱପୂର୍ଣ୍ଣ । ସେ ଦିନ ଆତ୍ମୀୟ ସ୍ୱଜନ ମାନେ ପରସ୍ପର ସହ ସାକ୍ଷାତ କରି ‘ନୂଆଖାଇ ଜୁହାର’ କରନ୍ତି ଏବଂ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗ ନିଅନ୍ତି । ପାରିବାରିକ, ସାମାଜିକ ଓ ସାଂସ୍କୃତିକ ଐତିହ୍ୟକୁ ସୁରକ୍ଷିତ କରିବା ଦିଗରେ ଏହା ଏକ ମହତ୍ୱପୂର୍ଣ୍ଣ ଦିନ ଅଟେ ।

Leave A Reply

Your email address will not be published.