ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

youtube

ନୂଆଦିଲ୍ଲୀ: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଷ୍ଟ୍ରପତି ଏକ୍ସରେ ପୋଷ୍ଟ କରି କହିଛନ୍ତି କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଦେଶବାସୀ ବିଶେଷ କରି ଓଡ଼ିଶାବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା । କୃଷି ପ୍ରତି ସମ୍ମାନ ଏବଂ କୃଷକଙ୍କ ପ୍ରତି କୃତଜ୍ଞତା ହେଉଛି ଏହି ପର୍ବର ବିଶେଷତ୍ୱ । ଏହା ଆମ ବନ୍ଧୁତ୍ୱ ଓ ଆତ୍ମୀୟତାର ପ୍ରତୀକ ମଧ୍ୟ । ନୂଆଁଖାଇ ସମସ୍ତଙ୍କ ଜୀବନକୁ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଦେଉ, ଏହା ମୋର ଆନ୍ତରିକ କାମନା।

Leave A Reply

Your email address will not be published.