
ଭୁବନେଶ୍ୱର : ପୁଣି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ଦିନ ୧୨ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଆୟୋଜିତ ହେଉଛି । ଆସନ୍ତାକାଲି ଦିଲ୍ଲୀରେ ହେବାକୁ ଥିବା ସେମିକନ କନଫରେନ୍ସରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ସୂଚନା ଅନୁସାରେ ସେପ୍ଟେମ୍ବର ମାସରେ ମୁଖ୍ୟମନ୍ତ୍ରୀ ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ । ଦିଲ୍ଲୀରେ ହେବାକୁ ଥିବା ସେମିକନ କନଫେରେନ୍ସରେ ଯୋଗ ଦେବେ । ଏହାସହ ଅନ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଦିଲ୍ଲୀ ଗସ୍ତ ଅବସରରେ କିଛି କେନ୍ଦ୍ର ମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ପାରନ୍ତି। ରାଜ୍ୟରେ ସାଂଗଠନିକ ସ୍ଥିତି ନେଇ ଆଲୋଚନା କରିପାରନ୍ତି ।
ସେହିପରି ରାଜ୍ୟରେ ଖାଲିପଡିଥିବା ମନ୍ତ୍ରୀ ପଦ ଓ ବିଭିନ୍ନ ନିଗମର ଅଧ୍ୟପ ପଦ ପୂରଣ ପାଇଁ ଆଲୋଚନା ହେବାର ସମ୍ଭାବନା ରହିଛି । ହେଲେ ଏନେଇ କୌଣସି ସଠିକ ସୂଚନା ମିଳିନାହିଁ ।