ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ତାରିଖ ବୃଦ୍ଧି

youtube

ଭୁବନେଶ୍ୱର: ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ପୂର୍ବରୁ ମଧ୍ୟ ଏହି ଆବେଦନ ସମୟସୀମାକୁ ବୃଦ୍ଧି କରାଯାଇଥିଲା । କର୍ମଜୀବୀ ସାମ୍ବାଦିକମାନଙ୍କୁ ରାଜ୍ୟ ସରକାର ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଛନ୍ତି । ଏହା ଦ୍ୱାରା ବହୁ ସାମ୍ବାଦିକଙ୍କ ପରିବାର ଦେୟମୁକ୍ତ ଭାବେ ବିଭିନ୍ନ ଅନୁବନ୍ଧିତ ଡାକ୍ତରଖାନାରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇପାରୁଛନ୍ତି । ଚଳିତ ବର୍ଷ ମଧ୍ୟ ଉଭୟ ନୂତନ ଏବଂ ନବୀକରଣ ନିମନ୍ତେ ସାମ୍ବାଦିକମାନଙ୍କଠାରୁ ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ ଗ୍ରହଣ କରାଯାଉଛି । ସୂଚନାଯୋଗ୍ୟ ଯେ ଇଚ୍ଛୁକ ସାମ୍ବାଦିକମାନେ www.owjws.odisha.gov.in ରେ ଆବେଦନ କରିପାରିବେ ।

Leave A Reply

Your email address will not be published.