ଶ୍ରୀମନ୍ଦିର ନୀଳଚକ୍ର ଉପରେ ବସିଲା ଚିଲ

youtube

ପୁରୀ : ଶ୍ରୀମନ୍ଦିର ନୀଳଚକ୍ର ଉପରେ ବସିଲା ଚିଲ । ନୀଳଚକ୍ରର ପତିତପାବନ ବାନା ଉପରେ ଚିଲଟି ବସିଥିବା ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ଉପରେ ଚିଲ ବସିଲେ ଅଶୁଭ ସଂକେତ ବୋଲି ବିଶ୍ୱାସ କରାଯାଏ । ତେବେ ଦୀର୍ଘ ସମୟ ଧରି ଚିଲ ଟି ନୀଳଚକ୍ର ଉପରେ ବସିବା ପରେ ଉଡିଯାଇଥିବା ଦେଖିବାକୁ ମିଳିଛି ।

ସେହିପରି ଗତ କିଛି ମାସ ତଳେ ଅର୍ଥାତ୍ ଏପ୍ରିଲ୍ ମାସରେ ପୁରୀ ଶ୍ରୀମନ୍ଦିରରେ ଦେଖିବାକୁ ମିଳିଥିଲା ବିରଳ ଦୃଶ୍ୟ ।  ଚିଲ ନେଇଯାଇଥିଲା ପତିତପାବନ ବାନା ।  ଏହି ଦୃଶ୍ୟ ଦେଖି ଭକ୍ତମାନେ କିଛି ସମୟ ପାଇଁ ଚିଲଟିକୁ ଚାହିଁ ରହିଥିଲେ ।  ତେବେ ଶ୍ରୀମନ୍ଦିର ନୀଳଚକ୍ରରେ ପ୍ରତ୍ୟେକ ଦିନ ବାନା ପରିବର୍ତ୍ତନ କରାଯାଉଥିବା ବେଳେ ବିଭିନ୍ନ ସମୟରେ ନୀଳଚକ୍ର ଉପରେ ଚିଲ ବସିଥିବାର ନଜିର ମଧ୍ୟ ଆସିଛି ।

Leave A Reply

Your email address will not be published.