ପଥରରେ ଛେଚି ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ !

youtube

ବାଙ୍ଗିରିପୋଷି: ସ୍ତ୍ରୀକୁ ପଥରରେ ଛେଚି ହତ୍ୟା ଅଭିଯୋଗ । ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଚାଉଳଘୋରୀ ଗାଁରୁ ଏହି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମୃତ ମହିଳା ହେଲେ ୨୭ବର୍ଷୀୟା ମୀନା ସିଂ । ବାଙ୍ଗିରିପୋଷି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖି ଅଧିକ ତଦନ୍ତ ଆରମ୍ଭ କରିଛି ।

ଘଟଣା ଅନୁସାରେ ପରିବାରିକ କଳହ ପାଇଁ ଗତକାଲି ବିଳମ୍ୱିତ ରାତିରେ ପଥରରେ ସ୍ବାମୀ ଛେଚି ହତ୍ୟା କରିଥିବା ଅଭିଯୋଗ ହୋଇଛି । ସକାଳୁ ବାପଘର ଲୋକ ଖବର ପାଇ ବାଙ୍ଗିରିପୋଷି ଥାନାକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ବାଙ୍ଗିରିପୋଷି ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.