
ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଷ୍ଟ୍ରପତି ଭବନରେ ମହାମହିମଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଚାରି ଦିନିଆ ଦିଲ୍ଲୀ ଗସ୍ତ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଅନେକ ଗୁରୁତ୍ବପୂର୍ଣ୍ଣ ବିଷୟରେ ଆଲୋଚନା କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତିଙ୍କୁ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ-୨୦୩୬ ପୁସ୍ତିକା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଏଥିସହ ରାଜ୍ୟରେ ରେଳ ଭିତ୍ତିଭୂମିର ବିକାଶ, ସେମିକଣ୍ଡକ୍ଟର ଶିଳ୍ପ ଓ ଆଇଟି କ୍ଷେତ୍ରର ପ୍ରସାର ଆଦି ବିଷୟରେ ଆଲୋଚନା କରିଥିବା ଜଣାପଡ଼ିଛି। ସୂଚନା ଅନୁସାରେ ଗତକାଲି ପୂର୍ବାହ୍ନରେ କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଭେଟିଥିଲେ । ଏହି ଅବସରରେ ଓଡ଼ିଶା ସଂପର୍କରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରିଛନ୍ତି । ରାଜ୍ୟରେ ରେଳ ଭିତ୍ତିଭୂମିର ବିକାଶ, ସେମିକଣ୍ଡକ୍ଟର ଶିଳ୍ପ ଓ ଆଇଟି କ୍ଷେତ୍ରର ପ୍ରସାର ଆଦି ବିଷୟରେ ଆଲୋଚନା କରିଥିବା ଜଣାପଡ଼ିଛି ।
ସେହିପରି କେନ୍ଦ୍ର ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ମନୋହର ଲାଲଖଟ୍ଟରଙ୍କୁ ମୁଖ୍ୟମନ୍ତ୍ରୀ ଭେଟିବା ସହ ଅବସରରେ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ-୨୦୩୬ ପୁସ୍ତିକା ଦେଇଛନ୍ତି । ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୁପେନ୍ଦ୍ର ଯାଦବଙ୍କୁ ଭେଟି ଓଡ଼ିଶା ସମ୍ୱନ୍ଧରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଚର୍ଚ୍ଚା କରିଛନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସହ ପରିବେଶ ସୁରକ୍ଷା, ବନ ସଂରକ୍ଷଣ, ଜଳବାୟ ଅନୁକୂଳ ଓ ବୃହତ୍ତର ବିକାଶ ଆଦି ବିଷୟଗୁଡ଼ିକ ଉପରେ ଆଲୋଚନା କରିଛନ୍ତି ।