ପରଲୋକରେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ

youtube

ନୂଆପଡ଼ା: ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଡ଼ୋଲକିଆଙ୍କ ପରଲୋକ।  ଦୀର୍ଘଦିନ ଧରି କିଡନୀ ରୋଗରେ ଆକ୍ରାନ୍ତ ଥିଲେ। ୬୯ ବର୍ଷ ବୟସରେ ଚେନ୍ନାଇର ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ନୂଆପଡ଼ାରୁ ୪ ଥରର ବିଧାୟକ ଥିଲେ ରାଜେନ୍ଦ୍ର ଢୋଲକିଆ । ପ୍ରଥମ ଥର ୨୦୦୪ରେ ସ୍ବାଧୀନ ଭାବେ ଲଢି ବିଧାୟକ ହୋଇଥିଲେ ।

ଏଥିସହ ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତକୁ ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶୋକ ସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.