ଦିଲ୍ଲୀରେ ବିଜେପି ସାଂସଦଙ୍କ ବୈଠକ; ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

youtube

ଭୁବନେଶ୍ୱର/ନୂଆଦିଲ୍ଲୀ: ଦିଲ୍ଲୀରେ ପ୍ରତାପ ଷଡ଼ଙ୍ଗୀଙ୍କ ବାସଭବନରେ ବିଜେପି ସାଂସଦଙ୍କ ବୈଠକ। ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ବି ଉପସ୍ଥିତ ଅଛନ୍ତି। ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଉପସ୍ଥିତ ଅଛନ୍ତି। ଏହି ବୈଠକରେ ଯୋଗ ଦେଇଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ବୈଠକ ହେଉଥିବା ନେଇ ସୂଚନା ରହିଛି।

ଅନ୍ୟପଟେ ଆଜି ସକାଳୁ ଦୁଇଦିନିଆ ଗସ୍ତରେ ଦିଲ୍ଲୀ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ରହିଛି । ଏଥିପାଇଁ ଦିଲ୍ଲୀରେ ସକ୍ରିୟ ଓଡ଼ିଶା ରାଜନୀତି। ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ,  ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସମସ୍ତେ ଦିଲ୍ଲୀ ମୁହାଁ। ଫଳରେ ରାଜ୍ୟ ରାଜନୀତିକୁ ନେଇ ଦିଲ୍ଲୀରେ କିଛି ବଡ଼ ଧରଣର ଯୋଜନା ଚାଲିଥିବା ଚର୍ଚ୍ଚା ଜୋର ଧରିଛି । ଏଥିପାଇଁ ଦିଲ୍ଲୀରେ ସାଂସଦ ମାନଙ୍କୁ ଭେଟିବା ସହ ଅନ୍ୟାନ୍ୟ ଆଲୋଚନା ରହିଛି । ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି କାହାକୁ ସମର୍ଥନ ଦେବ, ତା ଉପରେ ସମସ୍ତଙ୍କ ନଜର ରହିଛି।

ସୂଚନାଯୋଗ୍ୟ, ସେପ୍ଟେମ୍ବର ୯ତାରିଖ ଦିନ ସକାଳ ୧୦ଟାରୁ ସନ୍ଧ୍ୟା ୫ଟାରୁ ଭୋଟ୍‍ ଗ୍ରହଣ କରାଯିବ। ଉପରାଷ୍ଟ୍ରପତି ପଦରୁ ଜଗଦୀପ୍‍ ଧନଖଡ ଇସ୍ତଫା ଦେବା ପରେ ଏହି ପଦବୀ ଖାଲି ପଡିଛି। ଜଗଦୀପ ଧନକଡ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଜୁଲାଇ ୨୧ରେ ଉପରାଷ୍ଟ୍ରପତି ପଦରୁ ହଠାତ୍‌ ଇସ୍ତଫା ଦେଇଛନ୍ତି। ଧନକଡଙ୍କ କାର୍ଯ୍ୟକାଳ ୨୦୨୭ ଅଗଷ୍ଟ ୧୦ ପର୍ଯ୍ୟନ୍ତ ଥିଲା। ସମ୍ବିଧାନର ଧାରା ୬୮ (ଉପଧାରା ୨) ଅନୁଯାୟୀ ଯଦି ପଦାଧିକାରୀଙ୍କ ମୃତ୍ୟୁ, ଇସ୍ତଫା, ବହିଷ୍କାର କିମ୍ବା ଅନ୍ୟ କାରଣରୁ ଉପରାଷ୍ଟ୍ରପତି ପଦ ଖାଲିପଡେ, ତେବେ ଅବିଳମ୍ବେ ଏଥିପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ନବ ନିର୍ବାଚିତ ଉପରାଷ୍ଟ୍ରପତି ଦାୟିତ୍ବ ଗ୍ରହଣ କରିବା ପରଠାରୁ ପୂରା ପାଞ୍ଚବର୍ଷ କାର୍ଯ୍ୟ କରିବାର ବ୍ୟବସ୍ଥା ରହିଛି।

Leave A Reply

Your email address will not be published.