
ନବରଙ୍ଗପୁର : ଆଜି ଝରି ଗାଁ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ , ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୩୦ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ସାମାଜିକ ସୁରକ୍ଷା ବିଭାଗ ତରଫରୁ ୦୯ ଜଣଙ୍କୁ ମଧୁବାବୁ ପେନସନ ଯୋଜନା ର ନୂତନ ସହାୟତା କାର୍ଡ ପ୍ରଦାନ କରାଯାଇଥିଲା।