ଆସନ୍ତାକାଲି ସୁଭଦ୍ରା ସମୀକ୍ଷା ବୈଠକ, ଯୋଜନାରୁ ବାଦ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ ନେଇ ହେବ ଆଲୋଚନା

youtube

ଭୁବନେଶ୍ୱର : ଆସନ୍ତାକାଲି ସୁଭଦ୍ରା ସମୀକ୍ଷା ବୈଠକ । ବାଦ୍ ପଡ଼ିଥିବା ହିତାଧିକାରୀଙ୍କ ସାମିଲ ନେଇ ହେବ ଆଲୋଚନା । ତିନି ବିଭାଗକୁ ତଥ୍ୟ ମାଗି ଥିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ । ପରିବହନ, ଖାଦ୍ୟ ଯୋଗାଣ ଏବଂ ସ୍ୱାସ୍ଥ୍ୟ ବିଭାଗକୁ ମଗାଯାଇଥିଲା ତଥ୍ୟ ।

ବାଣିଜ୍ୟ ଏବଂ ପରିବହନ ବିଭାଗକୁ ଚାରି ଚକିଆ ଯାନ ଥିବା ମହିଳାଙ୍କ ତଥ୍ୟ ଓ ସ୍ୱାସ୍ଥ୍ୟ ବିଭାଗକୁ ମୃତ ହିତାଧିକାରୀଙ୍କ ତାଲିକା ଯାଞ୍ଚ କରିବାକୁ କୁହାଯାଇଥିଲା ।  ସେହିପରି ଧାନ ବିକ୍ରି କରିଥିବା ମହିଳାଙ୍କ ନାଁରେ କେତେ ଜମି ପଞ୍ଜୀକରଣ ହୋଇଛି, ତାର ରିପୋର୍ଟ ଖାଦ୍ୟ ଯୋଗାଣ ବିଭାଗକୁ ମଗାଯାଇଥିଲା । ତିନି ବିଭାଗର ରିପୋର୍ଟ ଆଧାରରେ ଆସନ୍ତାକାଲି ବସିବ ସୁଭଦ୍ରା ସମୀକ୍ଷା ବୈଠକ । ବାଦ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବା ନେଇ ଏଥିରେ ନିଷ୍ପତ୍ତି ହୋଇପାରେ ।

Leave A Reply

Your email address will not be published.