ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ, ସାଧାରଣ ଦର୍ଶନ ବନ୍ଦ

youtube

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ। ଭିତର କାଠ ପାଖରେ ଛେପ ଖଙ୍କାର ପଡ଼ିବାରୁ ମହାସ୍ନାନ ହେବ। ଅବକାଶ ପୂଜା ସମୟରେ ବଡ଼ ମହାସ୍ନାନ ହେଉଛି। ବଡ଼ ମହାସ୍ନାନ ଯୋଗୁଁ ସାଧାରଣ ଦର୍ଶନକୁ ବନ୍ଦ କରାଯାଇଛି। ପାଖାପାଖି ଘଣ୍ଟାଏ ଧରି ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। । ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ । ଏନେଇ ସୂଚନା ଦେଲା ଶ୍ରୀମନ୍ଦିର ପ୍ରଶାସନ।

ସୂଚନା ଅନୁଯାୟୀ, ମଙ୍ଗଳବାର ଦିନ ସକାଳ ସମୟରେ ନିୟମିତ ଠାକୁରଙ୍କ ଦର୍ଶନ ଚାଲିଥାଏ । ହଠାତ୍‌ ଶ୍ରୀମନ୍ଦିର ଭିତର କାଠ ନିକଟରେ ଛେପ ପଡିଥିବାର ସେବାୟତ ଦେଖିବାକୁ ପାଇଥିଲେ। ପରେ ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି ବନ୍ଦ କରାଯାଇଥିଲା। ନୀତି ଅନୁସାରେ ବଡ଼ଦେଉଳରେ ଶ୍ରୀଜିଉଙ୍କର ମହାସ୍ନାନ ଅନୁଷ୍ଠିତ ହୋଇଛି । ମହାପ୍ରଭୁଙ୍କ ମହାସ୍ନାନ ପରେ ପୁଣି ଥରେ ନୀତିକାନ୍ତି ଆରମ୍ଭ ହେବ ବୋଲି ସୂଚନା ମିଳିଛି।

ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ ଜୟ ବିଜୟ ଦ୍ବାର ସମ୍ମୁଖରୁ ଭିତର କାଠ, ଭକ୍ତ ପ୍ରତ୍ୟାବର୍ତ୍ତନ କରୁଥିବା ବେହରଣ ଦ୍ୱାର ଯାଏ ଯଦି କେହି ସେବାୟତ କି ବ୍ୟକ୍ତିଙ୍କର କିଛି ଦୁର୍ଘଟଣା ବଶତଃ ଶରୀରରୁ ରକ୍ତ ପଡେ କିମ୍ବା ଛୋଟ ଛୁଆ, ବୁଦ୍ଧ ଲୋକ ପରିସ୍ରା, ମଳତ୍ୟାଗ କରିଦେଲେ ସଙ୍ଗେ ସଙ୍ଗେ ମହାପ୍ରଭୁଙ୍କ ଚାଲିଥିବା ନୀତି ବନ୍ଦ କରାଯାଇଥାଏ । ଏହାପରେ ଠାକୁରଙ୍କର ମହାସ୍ନାନ କରାଯାଇଥାଏ ।

Leave A Reply

Your email address will not be published.