ଆସନ୍ତାକାଲି ଶ୍ରୀମନ୍ଦିରେର ହେବ ବନକଲାଗି ନୀତି: ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ

youtube

ପୁରୀ: ଆସନ୍ତାକାଲି ଆଶ୍ବିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି।

ଗୁରୁବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୫ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ। ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ। ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ, ଏହି ନୀତି ସମ୍ପାଦନ ବେଳେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଥାଏ । ବନକଲାଗି ନୀତିରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ପରମ୍ପରା ଅନୁଯାୟୀ ଦୁଇପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ଆରମ୍ଭ କରାଯିବାର ପରମ୍ପରା ରହିଛି । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ଶୃଙ୍ଗାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଚାରି ଦ୍ବାର ସମ୍ପୂର୍ଣ୍ଣ ବନ୍ଦ ରହେ ।

Leave A Reply

Your email address will not be published.