ଭିଜିଲାନ୍ସ ଜାଲରେ ବାମରା ତହସିଲଦାର

youtube

ବାମରା : ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ତହସିଲଦାର ।  ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା ଓ ତାଙ୍କ ଡ୍ରାଇଭର ଭିଜିଲାନ୍ସ ହାତରେ ଧରା ପଡ଼ିଥିବା ସୂଚନା ରହିଛି ।  ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା ୨୦୧୯ ବ୍ୟାଚର ଓଏଏସ୍ ଟପ୍ପର ।  ବାମରା ବ୍ଲକ ସଦର ମହକୁମା ସ୍ଥିତ ଗୋବିନ୍ଦପୁରର ଭିକି ନାଏକ ଏକ ଜମି ମ୍ୟୁଟେସନ ଓ କିସମ ପରିବର୍ତ୍ତନ ପାଇଁ ବାମରା ତହସିଲ ଅଫିସରେ ଆବେଦନ କରିଥିଲେ ।  ମାତ୍ର କାର୍ଯ୍ୟ ପାଇଁ ତହସିଲଦାର ଅଶ୍ୱିନୀ ପଣ୍ଡା ଲାଞ୍ଚ ମାଗି ଆସୁଥିବା ଭିକି ସମ୍ବଲପୁର ଭିଜିଲାନ୍ସ ପାଖରେ ଅଭିଯୋଗ କରିଥିଲେ ।

ଆଜି ଦିନ ପ୍ରାୟ ୧୧ ଟା ସମୟରେ ତହସିଲଦାରଙ୍କ ଡ୍ରାଇଭର ଥିବା ପ୍ରବିନ କୁମାର ତହସିଲଦାରଙ୍କ ନିର୍ଦ୍ଦେଶ କ୍ରମେ ଲାଞ୍ଚ ପାଇଁ ୧୫ ହଜାର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ମାଡ଼ି ବସିଥିଲା  ।  ତହସିଲଦାର ଅଶ୍ୱିନୀ ପଣ୍ଡା ଓ ତାଙ୍କ ଡ୍ରାଇଭର ଥିବା ପ୍ରବିନ କୁମାରକୁ ଅଟକ ରଖି ସମ୍ବଲପୁରକୁ ନେଇ ଥିବା ଜଣାପଡିଛି । ଘଟଣାର ଯାଞ୍ଚ ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.