ସେପ୍ଟେମ୍ବର ୧୯ରୁ ଆରମ୍ଭ ହେବ ହବିଷ୍ୟାଳିଙ୍କ ଅନଲାଇନ୍ ପଞ୍ଜୀକରଣ

youtube

ପୁରୀ : ସେପ୍ଟେମ୍ବର ୧୯ରୁ ହବିଷ୍ୟାଳିଙ୍କ ଅନଲାଇନ୍ ପଞ୍ଜୀକରଣ ଆରମ୍ଭ ।  https://edistrict.odisha.gov.inରେ ଆବେଦନ କରିପାରିବେ ।  ହବିଷ୍ୟାଳୀ ମାଆମାନଙ୍କୁ ୪ ଗୋଟି ରହଣି କେନ୍ଦ୍ର ଯଥା ବୃନ୍ଦାବତୀ ନିବାସ, ବଗଲା ଧର୍ମଶାଳା, ମୋଚିସାହି କଲ୍ୟାଣ ମଣ୍ଡପ ଓ ରେଳବାଇ ଆଶ୍ରୟସ୍ଥଳରେ ରଖାଯିବ । ହବିଷ୍ୟାଳୀ କେନ୍ଦ୍ରଗୁଡିକ ହବିଷ ବ୍ରତ ଆରମ୍ଭ ପୂର୍ବରୁ ପ୍ରସ୍ତୁତ ରଖିବା, ମା’ ମାନଙ୍କର ଭଲ ଭାବେ ରହଣି ବ୍ୟବସ୍ଥା, ପାନୀୟ ଜଳ, ଶୌଚାଳୟ, ଆଲୋକ ବ୍ୟବସ୍ଥା,ସ୍ବାସ୍ଥ୍ୟ ସେବା ଇତ୍ୟାଦିକୁ ସୁନିଶ୍ଚିତ କରିବାକୁ ସେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ ସମସ୍ତଙ୍କୁ ସ୍ୱାଗତ କରି ବୃନ୍ଦାବତୀ ନିବାସ ,ବଗଲା ଧର୍ମଶାଳା , ମୋଚିସାହି କଲ୍ୟାଣ ମଣ୍ଡପ ଓ ରେଳବାଇ ଆଶ୍ରୟ ସ୍ଥଳ ଠାରେ ହବିଷ୍ୟାଳୀ ମା’ ମାନଙ୍କର ରହଣିର ବ୍ୟବସ୍ଥା କରାଯାଉଛି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ବରିଷ୍ଠ ଅଧିକାରୀ ଏହାକୁ ଅନୁଧ୍ୟାନ କରିଛନ୍ତି ବୋଲି କୁହାଯାଇଛି ।  ହବିଷ୍ୟାଳୀ ଯୋଜନା ଆଧାରରେ ବୟସ୍କା ମାଆମାନେ ଏହି ବ୍ରତରେ ସାମିଲ ହେଉଛନ୍ତି ।  ତେଣୁ ସରକାରଙ୍କ ପରାମର୍ଶ କ୍ରମେ ଜିଲ୍ଲା ପ୍ରଶାସନ ସମସ୍ତ ସୁବିଧା ସେମାନଙ୍କୁ ଯୋଗାଇ ବାକୁ ବ୍ୟବସ୍ଥା କରୁଛି ।

ସେମାନଙ୍କର ସୁରକ୍ଷିତ ରହଣି, ସୁରକ୍ଷା, ମନ୍ଦିର ଦର୍ଶନ, ମହାପ୍ରସାଦ ସେବନ, ପ୍ରବଚନ, ଭଜନ,ପାଲା ଇତ୍ୟାଦି ବ୍ୟବସ୍ଥା, ଚିକିତ୍ସା, ପରିମଳ,ପାନୀୟ ଜଳ, ସ୍ୱଛାସେବୀ ସହଯୋଗ ଇତ୍ୟାଦି ବ୍ୟବସ୍ଥା କରିବାକୁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗମାନଙ୍କୁ ପରାମର୍ଶ ଦେଇଥିଲେ ।  ଏହାକୁ ସୁ ନିୟନ୍ତ୍ରିତ କରିବାକୁ ନୋଡାଲ ଅଧିକାରୀ, ବରିଷ୍ଠ ଅଧିକାରୀ ମାନଙ୍କୁ ଦାୟିତ୍ୱ ଦିଆଯିବ ।  ମା’  ମାନଙ୍କୁ ଠାକୁର ଦର୍ଶନ ସମୟରେ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ଆରକ୍ଷୀ ବିଭାଗ ଓ ସ୍ୱଛାସେବୀମାନେ ସମନ୍ୱୟ ରଖି କାର୍ଯ୍ୟ କରିବେ ।  ଏହି କାର୍ଯ୍ୟ ଏକ ବ୍ୟାପକ ଓ ଏକ ମାସ ଧରି କରିବାର ଆବଶ୍ୟକତା ଥିବାରୁ ବିଭାଗ ବିଭାଗର କର୍ମଚାରୀ ଓ ସ୍ୱଛାସେବୀମାନଙ୍କୁ ମଧ୍ୟ ଦାୟିତ୍ୱ ଦିଆଯାଇ ଉପଯୁକ୍ତ ପ୍ରଶିକ୍ଷଣ ଦିଆଯିବ  l

Leave A Reply

Your email address will not be published.