
ଭୁବନେଶ୍ଵର : ଗୁରୁବାର ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଥିଲା। ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନର ଦ୍ବିତୀୟ ଦିନ ମଧ୍ୟ ଚର୍ଚ୍ଚାରେ ରହିଛି । ଦିନରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି । ବାଚସ୍ପତିଙ୍କ ପୋଡିୟମ ସାମ୍ନାରେ ଆସି ବିରୋଧୀ ବିଜେଡି ଦଳର ବିଧାୟକମାନେ ହୋହାଲ୍ଲା କରିଥିଲେ । ରାଜ୍ୟରେ ଚାଷ ଉପଯୋଗୀ ସମୟରେ ଚାଷୀମାନେ ସାର ପାଉନଥିବା ବିରୋଧୀ ଦଳର ନେତାମାନେ ଅଭିଯୋଗ କରିଥିଲେ। ଚାଷୀମାନେ ସାର ପାଇଁ ହନ୍ତସନ୍ତ ହେଉଥିବାରୁ ବିଜେଡି ଏହି ପ୍ରସଙ୍ଗ ବିଧାନସଭାରେ ଉଠାଇଥିଲା । ପ୍ରଶ୍ନକାଳ ମାତ୍ର ୪ମିନିଟ ଚାଲିବା ପରେ ପ୍ରବଳ ହଟ୍ଟଗୋଳ ଯୋଗୁଁ ବାଚସ୍ପତି ସୁରମା ପାଢୀ ଗୃହ କାର୍ଯ୍ୟକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ। ପୁଣିଥରେ ଯେତେବେଳେ ଅପରାହ୍ନ ୪ଟାରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା, ସେତେବେଳେ ମାତ୍ର ୫ ମିନିଟ୍ ପରେ ପୁଣି ବିରୋଧୀ ଦଳର ବିଧାୟକମାନେ ହଙ୍ଗାମା କରିଥିଲେ। ଫଳରେ ବାଚସ୍ପତି ଗୃହକୁ ଶନିବାର ୧୦ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି।