ବ୍ଲକସ୍ତରୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

youtube

ଚିକିଟୀ : ଏହି ବ୍ଲକ ଅନ୍ତର୍ଗତ ଚିକିଟୀ ପେଣ୍ଠ ମିନି ଷ୍ଟାଡିୟମ ଠାରେ ୧୪ ଓ ୧୭ ବର୍ଷରୁ କମ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଦୁଇ ଦିନିଆ ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠି ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ପନ୍ନଗ ଭୂଷଣ ମାଝି ଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ଆପନା ସେଠୀ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଚିକିଟୀ ଏନ ଏ ସି ଅଧ୍ୟକ୍ଷା ଶ୍ରୀମତୀ ଦୀପା କୁମାରୀ ସାହୁ, ତହସିଲଦାର ବିଶ୍ଵ ରଞ୍ଜନ କହଁର, ସିଡ଼ିପିଓ ଗୀତାଞ୍ଜଳି ପାଣିଗ୍ରାହୀ, କାର୍ଯ୍ୟନିର୍ବାହୀ ଅଧିକାରୀ ସିଦ୍ଧାର୍ଥ ସୋରେନ, ଅତିରିକ୍ତ ଗୋଷ୍ଠି ଶିକ୍ଷା ଅଧିକାରୀ ମେଘନାଦ ବେହେରା, ନାୟକ ସେଠୀ, ବ୍ଲକ କ୍ରୀଡା ଶିକ୍ଷକ ସମ୍ପାଦକ ଜୁର ପ୍ରସାଦ ଗୌଡ଼, ସଂଘ ସଭାପତି ହରିଶ୍ଚନ୍ଦ୍ର ବେହେରା ଓ ସମ୍ପାଦକ ବଳରାମ ବେହେରା ପ୍ରମୁଖ ମଞ୍ଚାସୀନ ଥିଲେ। ପୂର୍ବରୁ ବ୍ଲକର ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଚାରୋଟି ଜୋନାଲ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଆୟୋଜନ କରାଯାଇଥିଲା।

ଉକ୍ତ ପ୍ରତିଯୋଗିତାରେ ପ୍ରାୟ ୧୦୮ ଜଣ ଛାତ୍ରଛାତ୍ରୀ କୃତିତ୍ୱ ହାସଲ କରିଥିଲେ। ସେହି କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ନେଇ ଗତ ୧୮ / ୧୯ ତାରିଖ ଧରି ଦୁଇ ଦିନିଆ ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନେ ଆଗାମୀ ଦିନରେ ଜିଲ୍ଲା ଓ ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଭାଗ ନେଇ ପାରିବେ ବୋଲି ସୂଚନା ମିଳିଛି। ୧୮ ତାରିଖ ଦିନ ମୁଖ୍ୟ ଅତିଥି ଓ ସମ୍ମାନୀତ ଅତିଥି ମାନଙ୍କ ଦ୍ବାରା କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ଥିବା ବେଳେ ୧୯ ତାରିଖ ଦିନ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ମେଡାଲ ଓ ମାନପତ୍ର ପ୍ରଦାନ କରି ପୁରସ୍କୃତ କରାଯାଇଥିଲା। ଏହି ପ୍ରତିଯୋଗିତାରେ ଗିରିସୋଲା କ୍ଲଷ୍ଟରର ଅଧିକ ଛାତ୍ରଛାତ୍ରୀ କୃତିତ୍ୱ ହାସଲ କରିଥିବା ବେଳେ ଆଗାମୀ ଦିନରେ ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ କିପରି କୃତିତ୍ୱ ହାସଲ କରିପାରିବେ ତାହା ଉପରେ ଅତିଥି ମାନେ ନିଜ ନିଜର ମୂଲ୍ୟବାନ ବକ୍ତବ୍ୟ ରଖିଥିଲେ। ଏହି ପ୍ରତିଯୋଗିତାକୁ ସମସ୍ତ ବିଦ୍ୟାଳୟର କ୍ରୀଡା ଶିକ୍ଷକ ମାନେ ପରିଚାଳନା କରିଥିବା ବେଳେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନେ ସହଯୋଗ କରିଥିଲେ। ନୂଆପଡା ଉଚ୍ଚ ବିଦ୍ୟାଳୟର କ୍ରୀଡା ଶିକ୍ଷକ ଜଗନ୍ନାଥ ସୁବୁଦ୍ଧି ମଞ୍ଚ ପରିଚାଳନା କରିଥିଲେ।

Leave A Reply

Your email address will not be published.